ଗିରଫ ହେଲେ ଖଣି ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ କୁବେର ଖଣି ଅଧିକାରୀ , ଖଣି ଉପନିର୍ଦ୍ଦେଶକଙ୍କ ଘରୁ ମିଳିଛି ଟଙ୍କାର ପାହାଡ଼ । ଗଣି ଗଣି ହାଲିଆ ଭିଜିଲାନ୍ସ ଅଧିକାରୀ ଏବଂ ୧୫ରୁ ଅଧିକ ଆକାଉଣ୍ଟ ଠାବ । ଡିଜିଟାଲ ଫୁଟପ୍ରିଣ୍ଟ ଯାଞ୍ଚ ପରେ ସାମ୍ନାକୁ ଆସିବ ଅଧିକ ତଥ୍ୟ । ରିମାଣ୍ଡରେ ଆଣି ଅଧିକ ପଚରାଉଚରା କରିବ ଭିଜିଲାନ୍ସ । ଭିଜିଲାନ୍ସ ଜାଲରେ ପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କା ଜବତ କରାଯାଇଛି । ଏଥିସହ ତାଙ୍କ ଅଫିସ୍ ଡ୍ରୟରରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି।

ଖାଲି ଟଙ୍କା ନୁହେଁ, ବିପୁଳ ସୁନା ମଧ୍ୟ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ । ପାଖାପାଖି ୧୩୦ ଗ୍ରାମ୍‌ ସୁନା ମିଳିଛି ବାବୁଙ୍କ ଘରୁ। ଭୁବନେଶ୍ବର ପାହାଳରେ ୨୪ ଶହ ବର୍ଗଫୁଟର ଏକ ଦୁଇ ମହଲା ଘର ମଧ୍ୟ  ରହିଛି । ଏବେବି ବାବୁଙ୍କ ସମ୍ପୂର୍ଣ୍ଣ ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବାରୁ ଆହୁରି ଲକ୍ଷ ଲକ୍ଷ ଟଙ୍କା ଜବତ ହୋଇପାରେ । ଜଣେ ବାବୁଙ୍କ ଘରୁ ୪ କୋଟିରୁ ଅଧିକ ଟଙ୍କା ମିଳିବା ଘଟଣା ଓଡ଼ିଶା ଭିଜିଲାନ୍ସ ଇତିହାସରେ ରେକର୍ଡ ବୋଲି କୁହାଯାଉଛି ।ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା