ଆପ ନେତାଙ୍କ ମଧ୍ୟରେ ନୈରାଶ୍ୟ, ସମସ୍ତ ବିଧାୟକଙ୍କୁ ଡକରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନରେ ଆମ୍ ଆଦ୍‌ମୀ ପାର୍ଟିକୁ ଜୋରଦାର ଝଟକା ଲାଗିଛି । ଆପ୍ ଓ ମେଣ୍ଟ ସହଯୋଗୀ କଂଗ୍ରେସକୁ ଦିଲ୍ଲୀର ସମସ୍ତ ୭ ସିଟ୍‌ରେ ପରାଜୟର ସାମ୍ନା କରିବାକୁ ପଡିଛି । ଲୋକସଭା ନିର୍ବାଚନରେ ନିରାଶ ହେବା ପରେ ଆପ୍‌ରେ ହଟଚମଟ ସୃଷ୍ଟି ହୋଇଛି । ଆଜି ଦିଲ୍ଲୀର ସମସ୍ତ ବିଧାୟକ ଓ ପ୍ରମୁଖ ନେତାଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରକୁ ଡକାଯାଇଛି ।

ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମହତ୍ତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ନିର୍ବାଚନ ଫଳାଫଳ ଆସିବା ପରେ ଦଳ ଏହି ବୈଠକ ଡାକିଛି । ବୈଠକରେ ବିଧାୟକଙ୍କ ବ୍ୟତୀତ ସମସ୍ତ ବଡ ନେତା ଉପସ୍ଥିତ ରହିବେ । ତେବେ ମିଳିଥିବା ସୂତ୍ରରୁ ଜଣାଯାଇଛି କେଜ୍ରିୱାଲଙ୍କ ଧର୍ମପତ୍ନୀ ସୁନୀତା କେଜ୍ରିୱାଲ ବୈଠକରେ ଅଧ୍ୟକ୍ଷତା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’