Masthead

ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ..ଜଳିବ ୧ଲକ୍ଷ ଦୀପ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଏହି ଅବସରରେ ତିନି ଠାକୁର ଶ୍ୱେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।

ଦେବ ଦୀପାବଳୀ ଅବସରରେ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ଓ ପୁରୀର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ସିଂହଦ୍ଵାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଏକ ଲକ୍ଷ ଦୀପ ଜାଳିବାର ଅୟୋଜନ କରାଯାଇଛି । ସହରବାସୀ ନିଜ ଘର ଏବଂ ବଡ଼ଦାଣ୍ଡରେ ସ୍ୱେଚ୍ଛାକୃତ ଭାବେ ଦୀପଦାନ କରିବା ଲାଗି ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିବେଦନ କରାଯାଇଛି ।

ଦେବ ଦୀପାବଳୀ ଉତ୍ସବକୁ ଭବ୍ୟ କରିବା ପାଇଁ ଗତ କିଛି ବର୍ଷ ହେବ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଦୀପଦାନ କରାଯାଉଛି।ଏହି ସଂଗଠନ ସହ ଓଡ଼ିଶା ମୋ ପରିବାର ,ଛତିଶା ନିଯୋଗ ,ବିଭିନ୍ନ ସାଂସ୍କୃତିକ ଓ ସାମାଜିକ ସଂଗଠନ ସାମିଲ ହୋଇଛନ୍ତି ।ପ୍ରତ୍ୟେକ ଘରେ,ନିଜ ନିଜ ସାହିରେ ଥିବା ମନ୍ଦିରରେ ତଥା ବଡ଼ଦାଣ୍ଡରେ ଦୀପ ଜଳାଇ ସଂସାରର ମଙ୍ଗଳ କାମନା ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ପାଇଁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା