Masthead

ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କୁ ମନ୍ଦିର ମନା । କରୋନା ପାଇଁ ମନ୍ଦିରରେ ଲାଗିଲା କଟକଣା । ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଉପରେ ଲାଗିଲା ରୋକ । ମନ୍ଦିରମାଳିନୀ ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନରେ ଲାଗିଲା ରୋକ । ଭକ୍ତଙ୍କ ପ୍ରବେଶ ଉପରେ ଲାଗିଲା କଟକଣା । ମଙ୍ଗଳବାରଠାରୁ କୌଣସି ଶ୍ରଦ୍ଧାଳୁ ଧାର୍ମିକ ଅନୁଷ୍ଠାନ ଗୁଡିକରେ ପ୍ରବେଶ କରିପାରିବେ ନାହିଁ। କରୋନା ସଂକ୍ରମଣ ବଢି ଚାଲିଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ବିଏମସି କମିଶନର ପ୍ରେମ ଚନ୍ଦ ଚୌଧୁରୀ । ସେ କହିଛନ୍ତି, ଭୁବନେଶ୍ୱରେ କରୋନା ପଜିଟିଭ ସଂଖ୍ୟା ବଢିଛି । ଏହାକୁ ଦୃଷ୍ଟିରେ ରଖି ଓ ରାଜ୍ୟ ସରକାର ସ୍ଥାନୀୟ ପ୍ରଶାସନକୁ ଦେଇଥିବା କ୍ଷମତାର ଉପଯୋଗ କରି ଆମେ ବିଏମସି ଅଞ୍ଚଳରେ ଥିବା ବିଭିନ୍ନ ଧାର୍ମିନୁଷ୍ଠାନର ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରି ଏହି ନିଷ୍ପତି ନେଇଛୁ ।

ସେ ଆହୁରି ମଧ୍ୟ କହିଛନ୍ତି, ବର୍ତ୍ତମାନ ପାଇଁ ମନ୍ଦିର , ମସଜିଦ , ଚର୍ଚ୍ଚ ଓ ଗୁରୁଦ୍ୱାର ଆଦି ସମସ୍ତ ଧର୍ମାନୁଷ୍ଠାନରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ବାରଣ କରାଯାଇଛି । ଏହି ସବୁ ଧର୍ମାନୁଷ୍ଠାନରେ ଦୈନନ୍ଦିନ ନୀତିକାନ୍ତି ସଂପନ୍ନ କରିବାକୁ ଅନୁମତି ଦିଆଯାଇଛି ।ଏହାସହ ଧର୍ମାନୁଷ୍ଠାନ ଗୁଡିକରେ ନୀତିକାନ୍ତି ସଂପନ୍ନ କରିବାକୁ ଉପସ୍ଥିତି ରହୁଥିବା ପୂଜକ ଓ କର୍ମଚାରୀ ମାନଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି । କରୋନା ସଂକ୍ରମଣ ବଢି ଚାଲିଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସତ ହେଲେ ଏହାକୁ ଲୋକମାନେ କେତେ ଦୂର ପାଳନ କରିବେ ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ