Masthead

ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି । ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ। ମହାପ୍ରଭୁଙ୍କ ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ