Masthead

ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି । ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ। ମହାପ୍ରଭୁଙ୍କ ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ