Masthead

ବିନା କୋଭିଡ ରିପୋର୍ଟରେ ବି ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ କୋହଳ ହେଲା କଟକଣା । ଏଣିକି ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଆଉ କୋଭିଡ ନେଗେଟିଭ୍ ରିପୋର୍ଟ ବାଧ୍ୟତା ମୂଳକ ନୁହେଁ । ଟେଷ୍ଟ ରିପୋର୍ଟ ନ ନେଇ ମଧ୍ୟ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି-ଲିଙ୍ଗରାଜ ମନ୍ଦିର ପ୍ରବେଶ ପଥରେ ସମସ୍ତଙ୍କର ସ୍କ୍ରିନିଂ କରାଯିବ । ସ୍କ୍ରିନିଂ ବେଳେ ଯଦି କାହାର କୋଭିଡ୍‌ ଲକ୍ଷଣ ଦେଖା ଦିଏ ତା ହେଲେ ଟେଷ୍ଟ କରାଯିବ ।ତାସହିତ ସବୁ ବୟସର ଭକ୍ତ ମନ୍ଦିରକୁ ଯାଇ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ବୋଲି ବିଏମ୍‌ସି କମିଶନର କହିଛନ୍ତି।

ପୂର୍ବରୁ ମନ୍ଦିର ଖୋଲିଥିଲେ ମଧ୍ୟ ବୟସ୍କ ଓ କମ ବୟସ୍କ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ଉପରେ କଟକଣା ଲଗା ଯାଇଥିଲା। ଏବେ ସେସବୁ କଟକଣା କୋହଳ କରାଯାଇଛି । ଗତ ୨୭ ତାରିଖରୁ ଲିଙ୍ଗରାଜ ମନ୍ଦିର ଖୋଲିଥିବା ବେଳେ ପ୍ରଥମେ ସେବାୟତଙ୍କ ପରିବାର ଓ ପରେ ଭୁବନେଶ୍ୱରବାସୀଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ