ବିନା କୋଭିଡ ରିପୋର୍ଟରେ ବି ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ କୋହଳ ହେଲା କଟକଣା । ଏଣିକି ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଆଉ କୋଭିଡ ନେଗେଟିଭ୍ ରିପୋର୍ଟ ବାଧ୍ୟତା ମୂଳକ ନୁହେଁ । ଟେଷ୍ଟ ରିପୋର୍ଟ ନ ନେଇ ମଧ୍ୟ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି-ଲିଙ୍ଗରାଜ ମନ୍ଦିର ପ୍ରବେଶ ପଥରେ ସମସ୍ତଙ୍କର ସ୍କ୍ରିନିଂ କରାଯିବ । ସ୍କ୍ରିନିଂ ବେଳେ ଯଦି କାହାର କୋଭିଡ୍‌ ଲକ୍ଷଣ ଦେଖା ଦିଏ ତା ହେଲେ ଟେଷ୍ଟ କରାଯିବ ।ତାସହିତ ସବୁ ବୟସର ଭକ୍ତ ମନ୍ଦିରକୁ ଯାଇ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ବୋଲି ବିଏମ୍‌ସି କମିଶନର କହିଛନ୍ତି।

ପୂର୍ବରୁ ମନ୍ଦିର ଖୋଲିଥିଲେ ମଧ୍ୟ ବୟସ୍କ ଓ କମ ବୟସ୍କ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ଉପରେ କଟକଣା ଲଗା ଯାଇଥିଲା। ଏବେ ସେସବୁ କଟକଣା କୋହଳ କରାଯାଇଛି । ଗତ ୨୭ ତାରିଖରୁ ଲିଙ୍ଗରାଜ ମନ୍ଦିର ଖୋଲିଥିବା ବେଳେ ପ୍ରଥମେ ସେବାୟତଙ୍କ ପରିବାର ଓ ପରେ ଭୁବନେଶ୍ୱରବାସୀଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ