Masthead

ନିର୍ବାଚନୀ ପ୍ରସ୍ତୁତିରେ ସମୀକ୍ଷା କଲେ ପୋଲିସ ଡିଜି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ନିର୍ବାଚନୀ ପ୍ରସ୍ତୁତି ସମୀକ୍ଷା କଲେ ପୋଲିସ ଡିଜି ଅରୁଣ କୁମାର ଷଡଙ୍ଗୀ । ଦିନିକିଆ ଅନୁଗୁଳ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ। ଅନୁଗୁଳ ସମେତ ଉତ୍ତରାଞ୍ଚଳ ରେଞ୍ଜ ଏବଂ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜର ୮ ଜିଲ୍ଲାରେ ହେବାକୁ ଥିବା ନିର୍ବାଚନ ପାଇଁ ପ୍ରସ୍ତୁତିକୁ ନେଇ ବିଭିନ୍ନ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟ ଗୁଇନ୍ଦା ନିର୍ଦେଶକ, ଏଡିଜି, ଡିଆଇଜି, ଆଇଜିଙ୍କ ସମେତ ୮ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଉପସ୍ଥିତ ରହିଥିଲେ।

ନିର୍ବାଚନ କିପରି ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ଏ ନେଇ ଆଲୋଚନା ସହ ବ୍ୟାପକ ପୋଲିସ ବ୍ୟବସ୍ଥା ହୋଇଥିବା ମହାନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ଜାନୁଆରୀ ମାସରୁ ନିର୍ବାଚନ ପାଇଁ ପ୍ରସ୍ତୁତି ହୋଇଥିବା ବେଳେ ବହୁ ଅପରାଧିକୁ ଗିରଫ କରାଯାଇଛି। ସେହିପରି ପୋଲିସ ପକ୍ଷରୁ କରାଯାଇଥିବା ପ୍ଲାଗାମାଚ ବେଳେ ବିଭିନ୍ନ ଅଞ୍ଚଳରୁ ବେଆଇନ୍ ମଦ ଜବତ କରାଯାଇଥିବା ନେଇ ମହାନିର୍ଦେଶକ ଅରୁଣ କୁମାର ଷଡଙ୍ଗୀ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ