Masthead

ନିର୍ବାଚନୀ ପ୍ରସ୍ତୁତିରେ ସମୀକ୍ଷା କଲେ ପୋଲିସ ଡିଜି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ନିର୍ବାଚନୀ ପ୍ରସ୍ତୁତି ସମୀକ୍ଷା କଲେ ପୋଲିସ ଡିଜି ଅରୁଣ କୁମାର ଷଡଙ୍ଗୀ । ଦିନିକିଆ ଅନୁଗୁଳ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ। ଅନୁଗୁଳ ସମେତ ଉତ୍ତରାଞ୍ଚଳ ରେଞ୍ଜ ଏବଂ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜର ୮ ଜିଲ୍ଲାରେ ହେବାକୁ ଥିବା ନିର୍ବାଚନ ପାଇଁ ପ୍ରସ୍ତୁତିକୁ ନେଇ ବିଭିନ୍ନ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟ ଗୁଇନ୍ଦା ନିର୍ଦେଶକ, ଏଡିଜି, ଡିଆଇଜି, ଆଇଜିଙ୍କ ସମେତ ୮ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଉପସ୍ଥିତ ରହିଥିଲେ।

ନିର୍ବାଚନ କିପରି ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ଏ ନେଇ ଆଲୋଚନା ସହ ବ୍ୟାପକ ପୋଲିସ ବ୍ୟବସ୍ଥା ହୋଇଥିବା ମହାନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ଜାନୁଆରୀ ମାସରୁ ନିର୍ବାଚନ ପାଇଁ ପ୍ରସ୍ତୁତି ହୋଇଥିବା ବେଳେ ବହୁ ଅପରାଧିକୁ ଗିରଫ କରାଯାଇଛି। ସେହିପରି ପୋଲିସ ପକ୍ଷରୁ କରାଯାଇଥିବା ପ୍ଲାଗାମାଚ ବେଳେ ବିଭିନ୍ନ ଅଞ୍ଚଳରୁ ବେଆଇନ୍ ମଦ ଜବତ କରାଯାଇଥିବା ନେଇ ମହାନିର୍ଦେଶକ ଅରୁଣ କୁମାର ଷଡଙ୍ଗୀ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ