Masthead

ଡିଜିପିଙ୍କ ମାଲକାନଗିରି ଗସ୍ତ, ମାଓ ଦମନ ଦିଗରେ ସ୍ୱତନ୍ତ୍ର ରଣନୀତି

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଲାଲଗଡ଼ରୁ ମାଓବାଦୀଙ୍କୁ ସମୂଳେ ବିନାଶ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଏଥିପାଇଁ ବିଭିନ୍ନ ରଣକୌଶଳ ମଧ୍ୟ ଆପଣାଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଗସ୍ତ କରିଛନ୍ତି ପୋଲିସ ଡିଜି ଅଭୟ । ପ୍ରଥମେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଗୋରାସେତୁଠାରେ ପହଞ୍ଚି ନୂତନ ଭାବେ ସ୍ଥାପନ ହୋଇଥିବା ବିଏସଏଫ୍ କ୍ୟାମ୍ପର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି । କ୍ୟାମ୍ପକୁ ବିରୋଧ କରୁଥିବା ଆଦିବାସୀ ଲୋକଙ୍କ ସହ ଅଭୟ କଥା ହୋଇଛନ୍ତି । ବିଏସଏଫ୍ ବାହିନୀ ସେଠାରେ ପହଞ୍ଚିବା ପରେ ଉନ୍ନୟନ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରତିଶ୍ରୃତି ଦେଇଥିଲେ ଅଭୟ । ଆଗାମୀ ଦିନରେ ନକ୍ସଲଙ୍କ କାର୍ଯ୍ୟକଳାପକୁ କିପରି ଦମନ କରାଯାଇପାରିବ ସେ ବିଷୟରେ ଆଲୋଚନା କରିବା ସହ ଅଞ୍ଚଳର ଲୋକଙ୍କୁ କିଭଳି ସୁରକ୍ଷା ଦିଆଯିବ ସେ ଦିଗରେ ରଣନୀତି ପ୍ରସ୍ତୁତ କରାଯାଇଥିବା କହିଥିଲେ ।

ଏହାସହ ଅଞ୍ଚଳର ବିକାଶ ଦିଗରେ ଦୃଷ୍ଟି ଦେଇଛନ୍ତି ଅଭୟ । କାର୍ଯ୍ୟକ୍ରମରେ ଗୁଇନ୍ଦା ନିର୍ଦ୍ଦେଶକ ଆର୍.କେ. ଶର୍ମା, ଆଇଜି (ଅପରେସନ) ଅମିତାଭ ଠାକୁର, ବିଏସଏଫ୍ ଆଇଜି ଏମ.ଏସ ଶର୍ମା, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିମ୍ ଅହମ୍ମଦ ଖାନ କେ ଏବଂ ମାଲକାନଗିରି ଏସପି ଉପସ୍ଥିତ ଥିଲେ । ସେପଟେ ବାୟୁସେନାର ଏକ ଲଢୁଆ ବିମାନ ଗତକାଲି ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳ ଗୋରାସେତୁଠାରେ ଆକାଶ ମାର୍ଗରୁ ସୁରକ୍ଷା ଯାଞ୍ଚ କରିବା ସହ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ବିହାରରେ ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ବିହାରରେ ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ