Masthead

ଅଥୟ କଲାଣି ଭାଇରାଲ ଭିଡିଓ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଭାଇରାଲ ଭିଡିଓ ଅଥୟ କଲାଣି । ବିଶେଷ କରି ବଳାତ୍କାର ଭିଡିଓ ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି । ଏହାକୁ ରୋକିବା ଓ ଅଭିଯୁକ୍ତଙ୍କ ବିରୋଧରେ କଡା ଅଭିମୁଖ୍ୟ ଗ୍ରହଣ କରିବାକୁ ପୋଲିସ ଡିଜି ଅଭୟ ଆଜି ରାଜ୍ୟର ସମସ୍ତ ଏସପି, ରେଞ୍ଜ ଆଇଜି ଓ ଡିଆଇଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଭିଡିଓ କନଫେରେନ୍ସିଂ ମାଧ୍ୟମରେ ସେ ସମସ୍ତ ଏସପି, ରେଞ୍ଜ ଆଇଜି ଓ ଡିଆଇଜିଙ୍କ ସହ ଆଲୋଚନା କରିଛନ୍ତି । ଡିଜି ବିଭିନ୍ନ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ବେଳେ ଭାଇରାଲ୍ ଭିଡ଼ିଓ ଉପରେ ଅଧିକ ଫୋକସ୍ କରିଥିଲେ । ଭାଇରାଲ ଭିଡିଓ ଉପରେ ତଦନ୍ତ କରି ତୁରନ୍ତ କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ସମସ୍ତ ଥାନାରେ ସିସିଟିଭି ଲଗାଇବାକୁ ମଧ୍ୟ ଡିଜି କହିଥିଲେ । କରୋନାରେ ଆକ୍ରାନ୍ତ ପୋଲିସ କର୍ମଚାରୀଙ୍କ ଚିକିତ୍ସା କିପରି ତୁରନ୍ତ ହୋଇପାରିବ ସେଥିପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ଶାନ୍ତିଶୃଙ୍ଖଳା ସହ ଦୁର୍ଗାପୂଜା କିପରି ସମାପନ କରାଯିବ ତାହା ଉପରେ ମଧ୍ୟ ଆଲୋଚନା କରିଥିଲେ ।

ଆଜି ଅନ୍ୟ ଏକ ମିଟିଂ ୧ ଟା’ରୁ ୧.୪୫ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଆୟୋଜିତ ଏହି ମିଟିଂରେ କଟକ-ଭୁବନେଶ୍ୱର କମିଶନରେଟ ପୋଲିସ, କଟକ-ଭୁବନେଶ୍ୱରର ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ୱର ଏବଂ କଟକ ଡିସିପିଙ୍କ ସମେତ ଭୁବନେଶ୍ୱର ଟ୍ରାଫିକ ଡିସିପି ଯୋଗଦେଇଥିଲେ । ଏହି ମିଟିଂରେ ମଧ୍ୟ ଭାଇରାଲ ଭିଡିଓ ସଂପର୍କରେ ଆଲୋଚନା ହୋଇଥିଲା । ମୋ ସାରକାରର ଅର୍ଥରାଶି ବିନିଯୋଗ, ଇ-ଅଭିଯୋଗ ପ୍ରଭୃତି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଡିଜି ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା