Masthead

ମହାପ୍ରଭୁଙ୍କ ପାଖେ ଲାଗି ହେଲା ପହିଲି ଭୋଗ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ । ରାତି ୨ରୁ ଦ୍ୱାର ଫୀଟା ହେବା ପରେ ୫ଟା ୨୦ ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି। ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି। ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି। ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କୁହାଯାଏ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି। ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି। ଆଜିଠାରୁ ମକର ସଂକ୍ରାନ୍ତି ଯାଏଁ ପହଲି ଭୋଗ ପ୍ରସ୍ତୁତ କରାଯାଏ। ପହଲି ଭୋଗ ହେଉଛି ମହାପ୍ରଭୁଙ୍କର ଆଦ୍ୟ ଭୋଗ ଯାହା ବଡି ଭୋରୁ କାଉ କା କରିବା ପୂର୍ବରୁ ଲାଗି କରାଯାଏ। ବିରି, ଗହମରେ ପ୍ରସ୍ତୃତ ପ୍ରାୟ ୨୮ ପ୍ରକାର ପିଠାପଣା ଶ୍ରୀଜିଉଙ୍କ ନିକଟରେ ଲାଗି କରାଯାଏ। ପହିଲି ଭୋଗରେ ମୁଖ୍ୟତଃ ବଡଝିଲି, ଅମାଲୁ, ଗଇଣ୍ଠା, ମଣ୍ଡା, ଆରିସା, କାକରା, ଚଢେଇ ନେଦା ଓ ବଡି ଆଦି ଭୋଗ କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ