Masthead

ମହାପ୍ରଭୁଙ୍କ ପାଖେ ଲାଗି ହେଲା ପହିଲି ଭୋଗ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ । ରାତି ୨ରୁ ଦ୍ୱାର ଫୀଟା ହେବା ପରେ ୫ଟା ୨୦ ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି। ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି। ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି। ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କୁହାଯାଏ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି। ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି। ଆଜିଠାରୁ ମକର ସଂକ୍ରାନ୍ତି ଯାଏଁ ପହଲି ଭୋଗ ପ୍ରସ୍ତୁତ କରାଯାଏ। ପହଲି ଭୋଗ ହେଉଛି ମହାପ୍ରଭୁଙ୍କର ଆଦ୍ୟ ଭୋଗ ଯାହା ବଡି ଭୋରୁ କାଉ କା କରିବା ପୂର୍ବରୁ ଲାଗି କରାଯାଏ। ବିରି, ଗହମରେ ପ୍ରସ୍ତୃତ ପ୍ରାୟ ୨୮ ପ୍ରକାର ପିଠାପଣା ଶ୍ରୀଜିଉଙ୍କ ନିକଟରେ ଲାଗି କରାଯାଏ। ପହିଲି ଭୋଗରେ ମୁଖ୍ୟତଃ ବଡଝିଲି, ଅମାଲୁ, ଗଇଣ୍ଠା, ମଣ୍ଡା, ଆରିସା, କାକରା, ଚଢେଇ ନେଦା ଓ ବଡି ଆଦି ଭୋଗ କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ