ଧର୍ମଶାଳା ବିଜେପି ପକ୍ଷରୁ ସୁଶାସନ ଦିବସ ପାଳିତ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ବିଜେପି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଯାଇଛି । ନିର୍ବାଚନମଣ୍ଡଳୀ ଅଧିନ ଓଡ଼ିଶୋ ପଞ୍ଚାୟତରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଦିବସ ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ । ଧର୍ମଶାଳା ବିଜେପି ନେତ୍ରୀ ସ୍ମୃତିରେଖା ପହିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରବି ନାରାୟଣ ବେହେରା, ବିଜେପି ନେତା ସର୍ବେଶ୍ୱର ବେହୁରା ପ୍ରମୁଖ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁଶାସନ ସଂପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ବଜେପି କର୍ମୀ ଯୋଗଦେଇଥିବା ବେଳେ ବିଭିନ୍ନ ସେବା ମୂଳକ କାର୍ଯ୍ୟ ଦଳ ପକ୍ଷରୁ ହାତକୁ ନିଆଯାଇଥିବା କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ