Masthead

ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଭିୱେଟଙ୍କ ନାମାଙ୍କନ । ଲୋକସଭା ନିର୍ବାଚନ ପାଇଁ ଆଜି ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ । ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ନାମାଙ୍କନ ଭରିବେ । ଅପରାଜିତା ଷଡ଼ଙ୍ଗୀ ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିବେ । ମେ ୨୫ ତାରିଖରେ ତୃତୀୟ ପର୍ୟ୍ୟାୟରେ ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ମତଦାନ ହେବ ।

ସେହିପରି ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିବେ ଧର୍ମେନ୍ଦ୍ର ପଧାନ । ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ପତ୍ର ଦାଖଲ କରିବେ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଅନ୍ୟପଟେ ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ। ନାମାଙ୍କନ ବେଳେ ଶକ୍ତି ପଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି