Masthead

ପୁଣି ରତ୍ନଭଣ୍ଡାର ଖୋଲିବାକୁ ଦାବି କଲେ ଧର୍ମେନ୍ଦ୍ର

 

ପୁରୀ (ବଡ଼ ଖବର ବ୍ୟୁରୋ): ଶୀଘ୍ର ଖୋଲାଯାଉ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ପାଇଁ ପୁଣି ଦାବି ରଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୋରରୁ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ ବିତାଇବା ସହ ମଙ୍ଗଳ ଆଳତି ଦର୍ଶନ ଓ ମହାପ୍ରଭୁଙ୍କ ଆଶିଷ ଲାଭ କରିଛନ୍ତି। ପବିତ୍ର କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଦର୍ଶନ କରି ସେ ଧନ୍ୟ ମନେ କରିଥିବା କହିଛନ୍ତି। ପରେ ଶ୍ରୀମନ୍ଦିର ନିକଟରେ ଥିବା ମାଆ ଦକ୍ଷୀଣକାଳୀଙ୍କ ମନ୍ଦିର ଯାଇ ଦର୍ଶନ କରିଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ସହ ବିଭିନ୍ନ ଐତିହ୍ୟ ଓ ଧର୍ମୀୟ ପୀଠ ଗୁଡିକର ପୁନରୁଦ୍ଧାର ଓ ମରାମତି ଠିକ୍ ଭାବରେ କରାଯିବା ଆବଶ୍ୟକ ବୋଲି ମତ ଦେଇଛନ୍ତି। ରାଜ୍ୟ ସରକାର ଓ କେନ୍ଦ୍ର ସରକାର ମିଳିତ ଭାବରେ ଏ ଦିଗରେ କାର୍ଯ୍ୟ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ସେହିପରି ଏଏସଆଇର ଶ୍ରୀମନ୍ଦିରର ମରାମତି କାର୍ଯ୍ୟକୁ ସନ୍ତୋଷଜନକ କହିବା ସହ ନାଟମଣ୍ଡପର ମରାମତି କାର୍ଯ୍ୟକୁ ଅନୁଧ୍ୟାନ କରିଛନ୍ତି । ଏଏସଆଇ ଏହି କାର୍ଯ୍ୟକୁ ସୂଚାରୁ ସମ୍ପର୍ଣ୍ଣ କରିବା ସହ ଏଏସଆଇର କାର୍ଯ୍ୟଦକ୍ଷତାକୁ ସେ ପ୍ରଶଂସା କରିଛନ୍ତି। ଏହାସହ ରତ୍ନଭଣ୍ଡାର ଯଥାଶୀଘ୍ର ଖୋଲାଯାଉ ବୋଲି ଶ୍ରୀଯୁକ୍ତ ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ