Masthead

ନବୀନଙ୍କୁ କଡ଼ା ଜବାବ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ବଡ଼ ଖବ ର ବ୍ୟୁରୋ): ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ବିଜେପି ମିଛ କହୁଛି ବୋଲି ନବୀନ କହିଥିଲେ। ମିଛ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତାକୁ ଆସିଥିଲେ ବୋଲି ନବୀନ କହିଥିଲେ । ତେବେ ଏହି ମନ୍ତବ୍ୟର ଆଜି କଡ଼ା ଜବାବ ରଖିଛନ୍ତି ଧର୍ମେନ୍ଦ୍ର।

ସେ କହିଛନ୍ତି, ରାଜନୀତିରେ ଜୟ ପରାଜୟ ଲାଗି ରହେ। ଜିତିଲେ ଅଧିକ ଉନ୍ମାଦିତ ହେବା କି ପରାଜୟରେ ଅଧିକ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ରାଜନୀତିରେ ଜୟ ପରାଜୟ ଲାଗି ରହେ । ବିଜୟରେ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଲୋକେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରନ୍ତୁ ଏବଂ ଯାହାକୁ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ ବାକି ଲୋକ ବିଚାର କରିବେ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଯାହାକୁ ଦାୟିତ୍ୱ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ୱ ଦେଇଛନ୍ତି ସେ ତାକୁ ପାଳନ କରନ୍ତୁ। ବାକି କଥା ଲୋକ ବିଚାର କରିବେ ବୋଲି ନବୀନଙ୍କୁ କଡ଼ା କାଉଣ୍ଟର କରି ଧର୍ମେନ୍ଦ୍ର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା