ନବୀନଙ୍କୁ କଡ଼ା ଜବାବ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ବଡ଼ ଖବ ର ବ୍ୟୁରୋ): ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ବିଜେପି ମିଛ କହୁଛି ବୋଲି ନବୀନ କହିଥିଲେ। ମିଛ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତାକୁ ଆସିଥିଲେ ବୋଲି ନବୀନ କହିଥିଲେ । ତେବେ ଏହି ମନ୍ତବ୍ୟର ଆଜି କଡ଼ା ଜବାବ ରଖିଛନ୍ତି ଧର୍ମେନ୍ଦ୍ର।

ସେ କହିଛନ୍ତି, ରାଜନୀତିରେ ଜୟ ପରାଜୟ ଲାଗି ରହେ। ଜିତିଲେ ଅଧିକ ଉନ୍ମାଦିତ ହେବା କି ପରାଜୟରେ ଅଧିକ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ରାଜନୀତିରେ ଜୟ ପରାଜୟ ଲାଗି ରହେ । ବିଜୟରେ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଲୋକେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରନ୍ତୁ ଏବଂ ଯାହାକୁ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ ବାକି ଲୋକ ବିଚାର କରିବେ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଯାହାକୁ ଦାୟିତ୍ୱ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ୱ ଦେଇଛନ୍ତି ସେ ତାକୁ ପାଳନ କରନ୍ତୁ। ବାକି କଥା ଲୋକ ବିଚାର କରିବେ ବୋଲି ନବୀନଙ୍କୁ କଡ଼ା କାଉଣ୍ଟର କରି ଧର୍ମେନ୍ଦ୍ର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ