Masthead

‘ଓଡ଼ିଶାର ସ୍ଥିତି ଦୀପ ତଳ ଅନ୍ଧାର ଭଳି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଗତ କିଛି ଦିନ ହେଲା ଚାଲିଥିବା ଘନଘନ ବିଦ୍ୟୁତ କାଟକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ ବିଦୁ୍ୟତ ବିଭ୍ରାଟକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି ଦୀପ ତଳ ଅନ୍ଧାର ଭଳି ଓଡ଼ିଶାରେ ଏତେ କୋଇଲା ଆଉ ଜଳ ଥାଇ ମଧ୍ୟ ରାଜ୍ୟ ସରକାରଙ୍କ ଅବ୍ୟବସ୍ଥା କାରଣରୁ ଗର୍ଭନାନ୍ସ ଡେଫିସେନ୍ସି ଦେଖାଦେଇଛି । ଯେଉଁମାନେ ନିଜ ବିଭାଗ ସମ୍ଭାଳିବା କଥା ସେମାନେ କେବଳ ପ୍ରଚାରରେ ମାତିଛନ୍ତି । ଓଡ଼ିଶାରେ ବିଚିତ୍ର କଥା ଦେଖିବାକୁ ମିଳିଛି । ଏହା ଏକ ବିପର୍ଯ୍ୟସ୍ତ ପରିସ୍ଥିତି ଆଡକୁ ଯାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ବୟାନ ବାଜି ଏବଂ ସାଙ୍କେତିକ କାମରୁ ସରକାର ନିବୃତ୍ତ ହୋଇ ଗଭର୍ଣ୍ଣାସ କାମରେ ଲାଗନ୍ତୁ ।

ଯେଉଁ କମ୍ପାନୀକୁ ବିଜୁଳି ବିତରଣ ଦାୟିତ୍ଵ ଦେଇଛନ୍ତି, ତାଙ୍କ ସହ ନିଶ୍ଚିତ ଭାବେ ଚୁକ୍ତି କରିଥିବେ ଯେ, ଲୋକଙ୍କୁ ସୁଷମ ବିଜୁଳି ବଣ୍ଟନ ହେବ । ତେଣୁ ଯେଉଁ ଚୁକ୍ତି କରିଥିବେ, ତାକୁ କ୍ରିୟାନ୍ଵୟନ କରନ୍ତୁ । ଲୋକ ପ୍ରଭାବିତ ହେବା ସ୍ୱାଭାବିକ । ଲୋକ ଟିକସ ଦେଉଛନ୍ତି, ବିଦ୍ୟୁତ ଦେୟ ଦେଉଛନ୍ତି । ତାପରେ ବି ଏ ଖରା ଓ ଅସହ୍ୟ ଗୁଳୁଗୁଳି ବେଳେ ଅଭାବନୀୟ ପରିସ୍ଥିତି ହେଉଛି । ତେଣୁ ଯେତେବେଳେ ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡେ, ସେତେବେଳେ ଲୋକଙ୍କୁ ଏ ପ୍ରକାର ଦୁର୍ଦ୍ଦଶା ଭୋଗିବା ପାଇଁ ପଡେ । କେନ୍ଦ୍ର ମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କ ‘ଟାଟା’ର ଏଭଳି କାମ ଚଳିବନି ଟୁଇଟକୁ ବି ନାପସନ୍ଦ କରିଛନ୍ତି। ଏନେଇ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯଦି ରାଜ୍ୟର ଶାସନ ମୁଖ୍ୟ କହିବେ ଶାସନ ବ୍ୟବସ୍ଥା ହୁଗୁଳିଗଲା ପରେ ସେଇଟା ଚଳିବନି, ତାହେଲେ କିଏ ଚଳେଇବ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି