Masthead

ଡ୍ରାଇଭର ବନ୍ଧୁମାନଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ସମାଧାନର ରାସ୍ତା ବାହାର କରନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ଡ୍ରାଇଭର ମହାସଙ୍ଘର ଆନ୍ଦୋଳନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟିଟ୍ୱ । ସେ ଲେଖିଛନ୍ତି ଡ୍ରାଇଭର ବନ୍ଧୁମାନଙ୍କ ସହ ଭଲ ଭାବେ ସରକାର ଆଲୋଚନା ନକରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ମୁଖ୍ୟମନ୍ତ୍ରୀଙ୍କୁ ମୁଁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁମାନଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ । ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ, ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ ।

କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁମାନେ ଦଣ୍ଡବତ ଯାତ୍ରା କରିଥିଲେ । ଏବେ ରାଜ୍ୟରେ ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକମାନେ ହଇରାଣ ହେଉଥିବାବେଳେ ମୁଖ୍ୟମନ୍ତ୍ରୀ ସେମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ନିଜ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରିବାକୁ ଟ୍ୱିଟ୍ ଜରିଆରେ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡ଼ିଶାରେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁ ମାନଙ୍କର ଗୋଟିଏ ଆନ୍ଦୋଳନ ଆରମ୍ଭ ହୋଇଛି । ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି । ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା ।

ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ । ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ । ଏମାନେ ସମାଜରେ ଅସ୍ପୃଶ୍ୟ ନୁହଁନ୍ତି । ସେମାନେ ଆମମାନଙ୍କ ମଧ୍ୟରୁ ଜଣେ । ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର