Masthead

‘ସ୍କିଲିଂ ଦ ଗ୍ଲୋବାଲ୍ ୱାର୍କଫୋର୍ସ’ ଉପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ମତ

ନୂଆଦିଲ୍ଲୀ(ବଡ଼ ଖବର) : ମୋଦି ସରକାର ନୀତି ଏବଂ କ୍ରିୟାନ୍ୱୟନ ସ୍ତରରେ ସୁଯୋଗ ଲାଭ ଉଠାଇ ରିସ୍କିଲିଂ ଏବଂ ଅପ୍‍ ସ୍ଲିଲିଂ ଇକୋସିଷ୍ଟମକୁ ସୁଦୃଢ଼ କରି ଅଧିକରୁ ଅଧିକ ମାନବସମ୍ବଳ ସୃଷ୍ଟି କରିବା ଉପରେ ପ୍ରଧାନ୍ୟ ଦେଉଛନ୍ତି ବୋଲି ୱାର୍ଲଡ୍‍ ଇକୋନୋମିକ୍‍ ଫୋରମ ପକ୍ଷରୁ ଆୟୋଜିତ ‘ଡାଭୋସ ଏଜେଣ୍ଡା’ର ଆଲୋଚନାରେ ଭିଡ଼ିଓ କନଫରେନ୍ସିଂରେ ସାମିଲ୍‍ ହୋଇ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏହି ଆଲୋଚନାରେ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ଥିବା ଉଚ୍ଚାଭିଳାଷୀ, ଜ୍ଞାନୀ, ଦକ୍ଷ ଏବଂ ରୋଜଗାରକ୍ଷମ ମାନବସମ୍ବଳ ଉପରେ ଆଲୋକପାତ କରିଛନ୍ତି ।

ଦକ୍ଷତା ବିକାଶ ଉପରେ ପ୍ରଧାନ୍ୟ ଦେଉଥିବା ଭାରତ ସରକାର ନୂଆ ଶିକ୍ଷା ନୀତି ମାଧ୍ୟମରେ ଢାଞ୍ଚାଗତ ପରିବର୍ତ୍ତନ ଆଣି ଛାତ୍ରଛାତ୍ରୀଙ୍କୁ ନୂଆ ସମ୍ଭାବନା ପାଇଁ ପ୍ରସ୍ତୁତ କରିବାକୁ ପଦକ୍ଷେପ ନେଉଛନ୍ତି । ଭାରତର ଦକ୍ଷତା ବୃଦ୍ଧି ପାଇଁ ସ୍କିଲଡ୍‍ ଇଣ୍ଡିଆ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଟେକ୍ନୋଲଜି, ଡିଜିଟାଲାଇଜେସନ ତଥା ଇଣ୍ଟରନେଟ୍‍ ସୁବିଧା ନୂଆ ତଥା ବର୍ତ୍ତମାନ ମାନବସମ୍ବଳକୁ ନୂଆ ଦକ୍ଷତାକୁ ଉପଯୋଗ କରିବାର ସୁବିଧା ଯୋଗାଇଛି । ସ୍କିଲିଂ, ଅପସ୍କିଲିଂ, ରିସ୍କିଲିଂ କରିବା ଆମ ସମସ୍ତଙ୍କ ଦାୟିତ୍ୱ । ମହାମାରୀ ପରବର୍ତ୍ତୀ ସମୟରେ ସରକାର, ଶିଳ୍ପ, ପ୍ରମୁଖ ବ୍ୟବସାୟୀ ତଥା ବ୍ୟକ୍ତିବିଶେଷଙ୍କ ମିଳିତ ଉଦ୍ୟମରେ କୌଶଳର ନୂଆ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଧର୍ମେନ୍ଦ୍ର ପ୍ରଧାନ ଗୁରୁତ୍ୱାରୋପ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି