Masthead

ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ

ରାଜ୍ୟ ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଧର୍ମେନ୍ଦ୍ର । ସେ କହିଛନ୍ତି, ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ହତ୍ୟା କରାଗଲା। ମାତ୍ର କାହିଁକି ହତ୍ୟାକଲା ହତ୍ୟାକାରୀ ଏଯାଏ କାହା ପାଖରେ ସୁରାଗ୍ ନାହିଁ କି କାରଣ ବି ଜଣାନାହିଁ। ପୋଲିସ ଡିଜି ମହାପ୍ରଭୁଙ୍କ ନାଁରେ ଖସି ଯିବାକୁ ଚେଷ୍ଟା କରୁଛନ୍ତି। କମିଶନ ଆକ୍ଟରେ ନ୍ୟାୟାଧିଶ ନିଯୁକ୍ତି କରାଯାଇନି। କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ବିଶ୍ୱସନୀୟତା ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟରେ ତିନୋଟି ଘଟଣାର ଉଦାହରଣ ଦେଇ ଧର୍ମେନ୍ଦ୍ର କହିଛନ୍ତି, ବାଲେଶ୍ୱର ଜିଲ୍ଲାରେ ବାଲି ମାଫିଆ ଉପ ଜିଲ୍ଲାପାଳ ଓ ଟିମଙ୍କୁ ଆକ୍ରମଣ କଲେ। ଏଠି ଶାସନରେ ବସିଥିବା ବଡ଼ ପଣ୍ଡା ମାନେ କ’ଣ ଚାହୁଁଛନ୍ତି ଏବଂ ଏଠି କିଏ ଶାସନ ଚଳାଉଛି ବୋଲି ଧର୍ମେନ୍ଦ୍ର ପ୍ରଶ୍ନ ଉଠାଇଛନ୍ତି। ସୁନ୍ଦରଗଡ ଜିଲ୍ଲାର ଆନନ୍ଦ ଟପୋଙ୍କୁ ହତ୍ୟା ହେଲା। ପୋଲିସ କିନ୍ତୁ ଆତ୍ମହତ୍ୟା ବୋଲି କହୁଛି। ଧର୍ମେନ୍ଦ୍ର ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀ ରହିଛନ୍ତି, ସଚେତନ ହୋଇ ଦାୟିତ୍ୱ ନିଅନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି