ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ

ରାଜ୍ୟ ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଧର୍ମେନ୍ଦ୍ର । ସେ କହିଛନ୍ତି, ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ହତ୍ୟା କରାଗଲା। ମାତ୍ର କାହିଁକି ହତ୍ୟାକଲା ହତ୍ୟାକାରୀ ଏଯାଏ କାହା ପାଖରେ ସୁରାଗ୍ ନାହିଁ କି କାରଣ ବି ଜଣାନାହିଁ। ପୋଲିସ ଡିଜି ମହାପ୍ରଭୁଙ୍କ ନାଁରେ ଖସି ଯିବାକୁ ଚେଷ୍ଟା କରୁଛନ୍ତି। କମିଶନ ଆକ୍ଟରେ ନ୍ୟାୟାଧିଶ ନିଯୁକ୍ତି କରାଯାଇନି। କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ବିଶ୍ୱସନୀୟତା ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟରେ ତିନୋଟି ଘଟଣାର ଉଦାହରଣ ଦେଇ ଧର୍ମେନ୍ଦ୍ର କହିଛନ୍ତି, ବାଲେଶ୍ୱର ଜିଲ୍ଲାରେ ବାଲି ମାଫିଆ ଉପ ଜିଲ୍ଲାପାଳ ଓ ଟିମଙ୍କୁ ଆକ୍ରମଣ କଲେ। ଏଠି ଶାସନରେ ବସିଥିବା ବଡ଼ ପଣ୍ଡା ମାନେ କ’ଣ ଚାହୁଁଛନ୍ତି ଏବଂ ଏଠି କିଏ ଶାସନ ଚଳାଉଛି ବୋଲି ଧର୍ମେନ୍ଦ୍ର ପ୍ରଶ୍ନ ଉଠାଇଛନ୍ତି। ସୁନ୍ଦରଗଡ ଜିଲ୍ଲାର ଆନନ୍ଦ ଟପୋଙ୍କୁ ହତ୍ୟା ହେଲା। ପୋଲିସ କିନ୍ତୁ ଆତ୍ମହତ୍ୟା ବୋଲି କହୁଛି। ଧର୍ମେନ୍ଦ୍ର ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀ ରହିଛନ୍ତି, ସଚେତନ ହୋଇ ଦାୟିତ୍ୱ ନିଅନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ