Masthead

ସକାଳେ ନବୀନ, ସଂଜରେ ଧର୍ମେନ୍ଦ୍ର: କଟାକ୍ଷ ବନାମ ପ୍ରଶ୍ନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସକାଳେ ନବୀନ, ସଂଜରେ ଧର୍ମେନ୍ଦ୍ର । ସକାଳେ ପଦ୍ମପୁର ନିର୍ବାଚନ ମଣ୍ଡଳିର ପାଇକମାଳ ଯାଇ କେନ୍ଦ୍ରମନ୍ତ୍ରୀଙ୍କୁ ସିଧା କଟାକ୍ଷ କରିଥିଲେ ମୁଖ୍ୟମନ୍ତ୍ରୀ । ସଂଜ ସଂଜ ହେଉ ଏହାର ଜବାବ ରଖିଛନ୍ତି ଧର୍ମେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ସମାଲୋଚନା କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରିଛନ୍ତି, ଦୀର୍ଘ ୨୩ ବର୍ଷର ଶାସନ ଦାୟିତ୍ୱରେ ରହିବା ପରେ ପଦ୍ମପୁରର ପାଇକମାଳରେ ଥିବା ଗୋଟେ ପିଏଚସିକୁ ସିଏଚସି ଭାବେ ପରିଣତ କରି ମୁଁ ଯାହା କହେ ତାହା କରେ ବୋଲି କହିବା କେତେ ଦୂର ଠିକ୍? ବରଗଡ ଜିଲ୍ଲାରେ ଦୁଇଟି ନିର୍ବାଚନମଣ୍ଡଳୀର ଦାୟିତ୍ୱ ନେଲା ପରେ ବି ବରଗଡ଼ ଜିଲ୍ଲା ସମେତ ଏହି ଅଞ୍ଚଳରୁ ହଜାର ହଜାର ଯୁବକ ଯୁବତୀ ବାହାରକୁ ଏବେବି ଦାଦନ ଖଟିବାକୁ ଯାଉଛନ୍ତି । ଏଥିରୁ ରାଜ୍ୟରେ ବିକାଶର ଚିତ୍ରରୁ ସ୍ପଷ୍ଟ ପ୍ରମାଣିତ ହେଉଛି । ବରଗଡ ରୋଡ- ନୂଆପଡା ରେଳ ଲାଇନର ଦାୟିତ୍ୱ ସଠିକ ଭାବେ ନିର୍ବାହ କରିଛନ୍ତି କି ? ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରନ୍ତୁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧ ହଜାର କୋଟି ଟଙ୍କାରୁ ଅଧିକ ଦୁର୍ନୀତିରେ ଓଡ଼ିଶା ସରକାରଙ୍କ ସମ୍ପୃକ୍ତି ଅଛି କି ନାହିଁ ବରଗଡ଼ ସମେତ ପଶ୍ଚିମ ଓଡ଼ିଶାକୁ ଆବାସ ଯୋଜନାରେ ଘର ବଣ୍ଟନରେ ପାତରଅନ୍ତର କରିଛନ୍ତି ନା ନାହିଁ ? ଆପଣ ନିଜ ରାଜନୈତିକ ଫାଇଦା ଦେଖି ପ୍ରତ୍ୟେକ ଯୋଜନା ପ୍ରଣୟନ କରନ୍ତି । ଆମ ଦଳ ବିଜେପି ଯୋଜନା ପ୍ରଣୟନ କରିବା ସହିତ କାର୍ଯ୍ୟକାରୀ କରିବାରେ ବିଶ୍ୱାସ କରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ପଷ୍ଟ ବିଚାର ଅଛି, ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ ।
ଏହାସହ ସେ ଲେଖିଛନ୍ତି, ଆଜି ପଦ୍ମପୁର ଠାରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଶୁଣିଲି । ତାଙ୍କ ମନ୍ତବ୍ୟରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ସେ ନିଜ ମନ କଥା ନ କହି କାହା ହାତ ଲେଖା ପଢୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା