ଏଣିକି ୧୧୨

ଭୁବନେଶ୍ୱର: ରାଜ୍ୟରେ ପୋଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ । ପୋଲିସ, ଆମ୍ବୁଲାନ୍‌ସ, ଦମକଳ ତଥା ମହିଳା ହେଲ୍‌ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ୧୧୨ ରେ ପୋଲିସ ପକ୍ଷରୁ ସବୁ ଜରୁରୀ ସହାୟତା ତୁରନ୍ତ ମିଳିପାରିବ । ଏହା ତୁରନ୍ତ କାର୍ୟ୍ୟକାରୀ ହେବ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି । । ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ଯଥା ୧୧୨ ରେ ପରିଣତ କରାଯାଇଛି । ୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସହ ତ୍ୱରିତ ସେବା ଯୋଗାଇବା ପାଇଁ ପୋଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ୧୧୨ ସେବା ପାଇଁ ୪-ଡି.ଏସ୍‌.ପି, ୧୫୧-ସବ୍‌ଇନ୍ସପେକ୍ଟର, ୨୦୩- ସହକାରୀ ସବ୍ ଇନ୍‌ସପେକ୍ଟର ଏବଂ ୭୪୦ ଜଣ କନେଷ୍ଟବଳ ନିୟୋଜିତ ହେବେ । ଏତଦ୍‌ବ୍ୟତୀତ ଆଉଟସୋର୍ସିଂ ଜରିଆରେ ୧୯୮ଜଣ କଲ୍ ଟେକର ଏକଜିକ୍ୟୁଟିଭ ଏବଂ ୨୩୬ଟି ଗାଡି ମଧ୍ୟ ନିୟୋଜିତ ହେବେ । ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ଜରୁରୀ ସହାୟତା ଗୋଟିଏ ନମ୍ବର ୧୧୨ ରେ ଉପଲବ୍‌ଧ ହେବା ଦ୍ୱାରା ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ଉତ୍ତମ ସେବା ଯୋଗାଇ ଦେବାରେ ପୋଲିସ ସଫଳ ହେବ ଏବଂ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି