Masthead

ଭକ୍ତଙ୍କ ପ୍ରାର୍ଥୀଙ୍କୁ ହାଇଜାକ୍ କରିନେଲେ କି ନବୀନ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପାଖେଇ ଆସୁଛି ରାଜ୍ୟସଭା ନିର୍ବାଚନ ତାରିଖ । ରାଜ୍ୟରେ ବଢ଼ୁଛି ରାଜନୈତିକ ଉଷ୍ଣତା । କାହାକୁ କେଉଁ ଦଳ କରିବ ପ୍ରାର୍ଥୀ, କିଏ ସଂସଦର ଉଚ୍ଚସଦନକୁ ଯିବାକୁ ପାଇବ ଟିକେଟ, ତାକୁ ନେଇ ରାଜ୍ୟବାସୀ ଓ ରାଜନୀତିରେ ରୂଚି ରଖୁଥିବା ବ୍ୟକ୍ତିବିଶେଷଙ୍କ ଠାରେ ଉତ୍କଣ୍ଠା । ଏସବୁ ଭିତରେ ନବୀନ ନିବାସରେ ପ୍ରାର୍ଥୀ ନେଇ ଚାଲିଛି ଅଙ୍କକଷା । ନବୀନ ନିବାସରେ ଡାକ୍ତର ଦତ୍ତେଶ୍ବର ହୋତା ପହଞ୍ଚିବା ପରେ ବଢ଼ିଲା ଚର୍ଚ୍ଚା । ସଂତୃପ୍ତ ମିଶ୍ର ବି ନବୀନ ନିବାସରେ ଉପସ୍ଥିତ ଅଉନ୍ତି । ତେବେ କାହାକୁ ରାଜ୍ୟସଭା ପାଇଁ ଟିକେଟ୍‌ ମିଳିବ ତାକୁ ଅପେକ୍ଷା ।

ସେପଟେ ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ରାଜ୍ୟସଭା ପାଇଁ ନାଁ ଘୋଷଣା କରିପାରେ ବିଜେଡି । ବିଜେଡି ବିଧାୟକଙ୍କୁ ପୁଣି ନବୀନ ନିବାସରୁ ଆସିଲା ଡାକରା । ବିଧାୟକଙ୍କୁ ନେଇ ଚାଳିଛି ବୈଠକ । ଅନ୍ୟପଟେ ଦିଲ୍ଲୀ ଗସ୍ତରେ ଅଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତକାଲି ରାଜ୍ୟସଭା ପ୍ରାର୍ଥୀ ପାଇଁ ଦତ୍ତେଶ୍ୱର ହୋତାଙ୍କ ନାଁ ନେଇଥିଲେ ଭକ୍ତ । ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ କାଲି କହିଥିଲେ ଭକ୍ତ ଦାସ । ସ୍ୱାଧୀନ ଭାବେ ବିଜେଡି-କଂଗ୍ରେସ ସମର୍ଥନ କଲେ ଓଡିଶାର ସ୍ୱାର୍ଥ ରହିବ । ରାଜନୀତିରେ ଘୋଡା ବେପାର ବନ୍ଦ କରିବାକୁ ଚାହୁଁଛୁ ବୋଲି କହିଥିଲେ ଭକ୍ତ । ଆଜି ନବୀନ ନନବାସରେ ଦତ୍ତେଶ୍ୱରଙ୍କୁ ନେଇ ରାଜନୀତି ସରଗରମ ହୋଇଛି । ଆଜି ବିଜେଡି ତାର ପ୍ରାର୍ଥୀ କାର୍ଡ ଖୋଲିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା