Masthead

‘ଜୟ ଶ୍ରୀରାମ’ ଶୁଣି ଚିଡିଲେ ଦିଦି

କୋଲକାତା(ବଡ଼ ଖବର ବ୍ୟୁରୋ) : ଆଜି କୋଲକାତାର ଭିକ୍ୱୋରିଆ ମେମୋରିଆଲରେ ଅନୁଷ୍ଠିତ ନେତାଜୀ ଜୟନ୍ତୀ ସମୋରୋହରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ଜନତାଙ୍କୁ ସମ୍ୱୋଧିତ କରିବା ପାଇଁ ଆମନ୍ତ୍ରିତ ହେବା ବେଳକୁ ସେଠାରେ ଉପସ୍ଥିତ ଲୋକେ ଜୟ ଶ୍ରୀରାମ୍ ସ୍ଳୋଗାନ୍ ଦେଇଥିଲେ । ଯାହାକୁନେଇ ଦିଦି ରାଗି ଖପ୍ପା ହୋଇଯାଇଛନ୍ତି ଏବଂ ଭାଷଣ ଦେବାକୁ ମନାକରିଦେଇଛନ୍ତି । ସୂଚନା ଅନୁଯାୟୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ଅବସରରେ ଭିକ୍ୱୋରିଆ ମେମୋରିଆଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦିଦି-ମୋଦି ଏକାଠି ହୋଇଥିଲେ । ଦିଦି ଉପସ୍ଥିତ ଜନତାଙ୍କୁ ସମ୍ୱୋଧିତ କରିବା ପାଇଁ ଆମନ୍ତ୍ରିତ ହେବା ବେଳକୁ ସେଠାରେ ଉପସ୍ଥିତ ଜନତା ଜୟ ଶ୍ରୀରାମ୍ ସ୍ଳୋଗାନ୍ ଦେଇଥିଲେ । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରି ଦିଦି କହିଥିଲେ ଏହା ଏକ ରାଜନୈତିକ କାର୍ଯ୍ୟକ୍ରମ ନୁହେଁ, ଏହା ଏକ ସରକାରୀ କାର୍ଯ୍ୟକ୍ରମ । ଯେଉଁମାନେ ଏଠାକୁ ଆମନ୍ତ୍ରିତ ହୋଇ ଆସୁଛନ୍ତି, ସେମାନେ ଏହାର ଗାରିମା ରକ୍ଷା କରିବା ଉଚିତ । ଏହାଛଡା ଜଣକୁ ଅତିଥିଭାବେ ଆମନ୍ତ୍ରିତ କରି ତାକୁ ଅପମାନିତ କରିବା ଅନୁଚିତ କହି ମଞ୍ଚରୁ ଉଠି ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ