Masthead

ଦିଦିଙ୍କ ଅଫିସରେ ଲାଗିଲା ନିଆଁ

କୋଲକାତା(ବଡ଼ ଖବର ବ୍ୟୁରୋ):   ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକରୀ ଅଫିସରେ ହଠାତ ନିଆଁ ଲାଗିଯାଇଛି । ବେଙ୍ଗଲ ସଚିବାଳୟର ୧୪ତମ ମହଲାରେ ଥିବା ଦିଦିଙ୍କ ଅଫିସରେ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି । ପରେ ତୁରନ୍ତ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଦୁର୍ଗାପୂଜା ଯୋଗୁ ରାଜ୍ୟ ସଚିବାଳୟ ବନ୍ଦ ରହିଛି । ଅଗ୍ନିକାଣ୍ଡ ବେଳେ କୌଣସି କର୍ମଚାରୀ ଏହା ମଧ୍ୟରେ ନଥିବା ଜଣାପଡିଛି । ତେଣୁ ଘଟଣାରେ କେହିବି ମୃତାହତ ହୋଇନାହାଁନ୍ତି । ସେପଟେ ଅଗ୍ନିକାଣ୍ଡ ଯୋଗୁ ଅଫିସରେ ଥିବା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ନଷ୍ଟ ହୋଇଛି କି ନାହିଁ, ସେ ନେଇ କିଛି ସୂଚନା ମିଳିନି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କ୍ଷୟକ୍ଷତିର ଆକଳନ କରାଯାଉଛି । ରିପୋର୍ଟ ଲେଖା ହେବା ବେଳକୁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ