Masthead

ଦିଲ୍ଲୀପ ରାୟଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ମୁଣ୍ଡରେ ଝୁଲୁଛି ଅଦାଲତଙ୍କ ଖଣ୍ଡା । ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟଙ୍କ ଖଣ୍ଡା ତାଙ୍କ ମୁଣ୍ଡ ଉପରେ ଝୁଲୁଛି । ଏନଡିଏ ସରକାର ସମୟରେ କୋଇଲା ବ୍ଲକ୍ ଆକଣ୍ଟନ ଦୁର୍ନୀତି ତଦନ୍ତ କରୁଥିଲା ସିବିଆଇ । ଝାଡଖଣ୍ଡର କୋଇଲା ବ୍ଲକ୍ ଦୁର୍ନୀତିରେ ସିବିଆଇ ଦିଲ୍ଲୀପ ରାୟଙ୍କ ସମେତ ୪ଜଣଙ୍କ ବିରୋଧରେ ଦିଲ୍ଲୀ ସ୍ୱତନ୍ତ୍ର କୋର୍ଟରେ ମାମଲା ରୁଜୁ କରିଥିଲା । କୋର୍ଟ ଦିଲ୍ଲୀପ ଓ ଅନ୍ୟ ତିନିଜଣଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି । କିନ୍ତୁ ଦଣ୍ଡ ଶୁଣାଣି ହୋଇନଥିଲା । ଆଜି ଥିଲା ଦଣ୍ଡ ଶୁଣାଣିର ତାରିଖ । ମାତ୍ର ଏହାକୁ ଅଦାଲତ ଆସନ୍ତା ୨୬ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି । ଅଳ୍ପଦିନ ହେଉପଛେ ଆଶ୍ୱସ୍ତ ହୋଇଛନ୍ତି ଦିଲ୍ଲୀପ ।

ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱାଧୀନ ଏନଡିଏ ସରକାରରେ ଅଶିଂଦାର ଥିଲା ବିଜେଡି । ଦିଲ୍ଲୀପ ରାୟ କେନ୍ଦ୍ରରେ ହୋଇଥିଲେ କୋଇଲା ମନ୍ତ୍ରୀ । ୧୯୯୯ ମସିହାରେ କୋଇଲା ଦୁର୍ନୀତି ପାଇଁ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏହାସହ କୋଇଲା ମନ୍ତ୍ରାଳୟର ୩ ଜଣ ପୂର୍ବତନ ବରିଷ୍ଠ ଅଧିକାରୀଙ୍କୁ ଅଦାଲତ ଦୋଷୀ ସାବ୍ୟସ୍ତ କରିଛନ୍ତି । ଆସନ୍ତା ୨୬ ତାରିଖରେ ସମସ୍ତ ଦୋଷୀ ବ୍ୟକ୍ତିଗତ ଭାବେ ହାଜର ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କୋଭି-୧୯ ଗାଇଡ୍ ଲାଇନ୍ ପାଳନ କରିବାକୁ ଦୋଷୀମାନଙ୍କୁ ମଧ୍ୟ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା 🔴 ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପ୍ରଶ୍ନପତ୍ର ଭାଇରାଲ ପରେ ସ୍ବତନ୍ତ୍ର OTET-୨୦୨୫ ସ୍ଥଗିତ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା 🔴 ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପ୍ରଶ୍ନପତ୍ର ଭାଇରାଲ ପରେ ସ୍ବତନ୍ତ୍ର OTET-୨୦୨୫ ସ୍ଥଗିତ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ