Masthead

ସାଇବର ଠକଙ୍କ ଜାଲରେ ଦୀପାଲି

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ସାଇବର ଠକେଇର ଶିକାର ହେଲେ ନବ ଦାସଙ୍କ ଝିଅ ଦୀପାଲି ଦାସ । ମାର୍ଚ୍ଚ ୬ରେ ସେ ସାଇବର ଠକେଇର ଶିକାର ହୋଇଥିବା ଜଣାପଡିଛି । ଏ ନେଇ ସେ ସମ୍ବଲପୁର ଅଇଁଠାପଲି ଥାନାରେ ଏତଲା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ତାଙ୍କ ପାଖକୁ ଏକ ଅଜଣା ନମ୍ବରରୁ ଓଟିପି ଆସିଥିଲା । ହେଲେ ସେ ସେହି ଓଟିପିକୁ କାହା ସହ ସେୟାର କରିନଥିଲେ ।

କିନ୍ତୁ ଦୁଇଟି ପର୍ୟ୍ୟାୟରେ ଆକାଉଣ୍ଟରୁ ପ୍ରଥମେ ଲକ୍ଷେ ପରେ ୫୦ ହଜାର ଟଙ୍କା କଟିଯାଇଥିବା ଦୀପାଲି ଏତଲାରେ ଦର୍ଶାଇଛନ୍ତି । ଝାରସୁଗୁଡାରେ ଦୀପାଲି ରହୁଥିଲେ ମଧ୍ୟ ସମ୍ବଲପୁର ମୋଦିପଡା ହେଉଛି ତାଙ୍କ ପୈତୃକ ଘର । ଅଇଁଠାପାଲିରେ ଥିବା ଆଇସିଆଇସିଆଇ ବ୍ୟାଙ୍କରେ ତାଙ୍କର ଆକାଉଣ୍ଟ ରହିଛି । ପୋଲିସ ଦୀପାଲିଙ୍କ ଏତଲାକୁ ଗ୍ରହଣ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ