Masthead

ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ନାଁରେ ହେଲା ମାମଲା ରୁଜୁ । ପୁଣେର ଏକ ଥାନାରେ ମହେଶଙ୍କ ନାଁରେ ହୋଇଛି ଏଫ୍ଆଇଆର ରୁଜୁ । ଜଣେ ବ୍ୟକ୍ତିଙ୍କୁ ମାରପିଟ କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ଅଭିଯୋଗରେ ଆସିଛି ମାମଲା । ଗତ ୧୫ତାରିଖରେ ଏକ ରୋଡ ରେଜ ମାମଲାରେ ମହେଶ ଜଣେ ବ୍ୟକ୍ତିଙ୍କୁ ମାଡ ମାରିଥିଲେ । ଏଥସହ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ ମଧ୍ୟ କରିଥିଲେ । ଏନେଇ ସମ୍ପୃତ ବ୍ୟକ୍ତି ଜଣଙ୍କ ପୁଣେର ଏକ ଥାନାରେ ଅଭିଯୋଗ କରିଥିଲେ । ପୁଲିସ ମହେଶଙ୍କ ନାଁରେ ଏକ ଅଜ୍ଞାତ ଅପରାଧ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଦେଇଥିଲେ ।

ପୂର୍ବରୁ ୨୦୨୦ରେ ମହେଶଙ୍କୁ କେହି ଜଣେ ବ୍ୟକ୍ତି ୩୫କୋଟି ଟଙ୍କା ମାଗିବା ସହ ଧମକ ଦେବା ନେଇ ଥାନାରେ ଅଭିଯୋଗ କରିଥିଲେ । ମହେଶ ମଞ୍ଜରେକର ଫିଲ୍ମ ନିର୍ଦ୍ଦେଶନା ସହ ପ୍ରଯୋଜନା, ରାଇଟିଂ ଠାରୁ ଆରମ୍ଭ କରି ପ୍ରଡକ୍ସନରେ ମଧ୍ୟ କାମ କରିଛନ୍ତି । ଅଧିକାଂଶ ବଲିଉଡ ଫିଲ୍ମରେ ମହେଶଙ୍କୁ ଖଳନାୟକ ଭୂମିକାରେ ଦେଖିବାକୁ ମିଳେ । ମହେଶ ଏବେ ସଲମାନ ଖାନଙ୍କ ଅପକମିଙ୍ଗ ଫିଲ୍ମ “ଅନ୍ତିମ: ଦ ଫାଇନାଲ ଟ୍ରୃଥ“ର ନିର୍ଦ୍ଦେଶନାରେ ବ୍ୟସ୍ତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା