Masthead

ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ନାଁରେ ହେଲା ମାମଲା ରୁଜୁ । ପୁଣେର ଏକ ଥାନାରେ ମହେଶଙ୍କ ନାଁରେ ହୋଇଛି ଏଫ୍ଆଇଆର ରୁଜୁ । ଜଣେ ବ୍ୟକ୍ତିଙ୍କୁ ମାରପିଟ କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ଅଭିଯୋଗରେ ଆସିଛି ମାମଲା । ଗତ ୧୫ତାରିଖରେ ଏକ ରୋଡ ରେଜ ମାମଲାରେ ମହେଶ ଜଣେ ବ୍ୟକ୍ତିଙ୍କୁ ମାଡ ମାରିଥିଲେ । ଏଥସହ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ ମଧ୍ୟ କରିଥିଲେ । ଏନେଇ ସମ୍ପୃତ ବ୍ୟକ୍ତି ଜଣଙ୍କ ପୁଣେର ଏକ ଥାନାରେ ଅଭିଯୋଗ କରିଥିଲେ । ପୁଲିସ ମହେଶଙ୍କ ନାଁରେ ଏକ ଅଜ୍ଞାତ ଅପରାଧ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଦେଇଥିଲେ ।

ପୂର୍ବରୁ ୨୦୨୦ରେ ମହେଶଙ୍କୁ କେହି ଜଣେ ବ୍ୟକ୍ତି ୩୫କୋଟି ଟଙ୍କା ମାଗିବା ସହ ଧମକ ଦେବା ନେଇ ଥାନାରେ ଅଭିଯୋଗ କରିଥିଲେ । ମହେଶ ମଞ୍ଜରେକର ଫିଲ୍ମ ନିର୍ଦ୍ଦେଶନା ସହ ପ୍ରଯୋଜନା, ରାଇଟିଂ ଠାରୁ ଆରମ୍ଭ କରି ପ୍ରଡକ୍ସନରେ ମଧ୍ୟ କାମ କରିଛନ୍ତି । ଅଧିକାଂଶ ବଲିଉଡ ଫିଲ୍ମରେ ମହେଶଙ୍କୁ ଖଳନାୟକ ଭୂମିକାରେ ଦେଖିବାକୁ ମିଳେ । ମହେଶ ଏବେ ସଲମାନ ଖାନଙ୍କ ଅପକମିଙ୍ଗ ଫିଲ୍ମ “ଅନ୍ତିମ: ଦ ଫାଇନାଲ ଟ୍ରୃଥ“ର ନିର୍ଦ୍ଦେଶନାରେ ବ୍ୟସ୍ତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ