Masthead

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେପିର ୩ଦିନିଆ ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପି ମଧ୍ୟ ଆଜିଠୁ ୩ଦିନିଆ ଆନ୍ଦୋଳନ କରିବ । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁର ତଦନ୍ତ ବା‌ଟବଣା ହେଉଥିବା ଅଭିଯୋଗ କରି ପ୍ରତିବାଦ କରିବ ବିଜେପି । ୧୬ ତାରିଖ ପର୍ୟ୍ୟନ୍ତ ପର୍ୟ୍ୟାୟକ୍ରମେ ରାଜବ୍ୟାପୀ ଆନ୍ଦୋଳନ କରିବ ଦଳ । ରାଜଧାନୀର ବିଭିନ୍ନ ସ୍ଥାନରେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ।

ଆସନ୍ତାକାଲି ସମସ୍ତ ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହ ଆଇନ ଅମାନ୍ୟ ଆନ୍ଦୋଳନ ଓ ହରତାଳ କରାଯିବ । ସେହିପରି ୧୬ ତାରିଖରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିରେ ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ । ଦଳ ଅଭିଯୋଗ କରିଛି ଯେ, ଗତ କିଛି ବର୍ଷ ହେବ ରାଜ୍ୟରେ ସାଇବର ଅପରାଧ, ଶିଶୁ ଅପହରଣ, ଲୁଟ୍, ଦୁଷ୍କର୍ମ ଓ ହତ୍ୟା ପରି ଅପରାଧ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ