Masthead

ତିନି ଦିନ ହେଲାଣି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜ, ଆଜି ବାହାରିପାରେ ବିବାଦର ସମାଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିକୁ ତିନି ଦିନ ହୋଇଗଲାଣି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜ । ବିବାଦ ଛିଡୁ ନଥିବାରୁ ଠାକୁରଙ୍କ ହୋଇପାରୁନି ନିତିକାନ୍ତି । ତେବେ ଆଜି ବିବାଦର ସମାଧାନ ହେବା ନେଇ ଆଶା ରଖିଛନ୍ତି ସେବାୟତ ଓ ମନ୍ଦିର ପ୍ରଶାସନ । ଏନେଇ ଅତିରିକ୍ତ ଦେବୋତର କମିଶନର ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ତଥା ଅତିରିକ୍ତ ଜିଲ୍ଲାପାଳଙ୍କୁ ଲିଖିତ ନିର୍ଦ୍ଦେଶ ଦେଇଛନ୍ତି । ତେବେ କୌଣସି ପକ୍ଷ ରାଜି ନହେଲେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯିବା ସହ ପୁରୁଣା ବିବାଦ ଓ ନୀତିକାନ୍ତି ବନ୍ଦ ସମ୍ପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଦେବୋତର କମିଶନର ।

ବୁଧବାର ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା । ଲିଙ୍ଗରାଜଙ୍କ ୨ ଏକର ଜମିରେ ବଡୁ ନିଯୋଗ ପକ୍ଷରୁ ଚାଲିଥିବା ଦୋକାନଘର ନିର୍ମାଣକୁ ବିରୋଧ କରି ସେବା କରୁନାହାନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ସବୁ ବେବନ୍ଦୋବସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କ ଖାତାକୁ ଫେରୁଥିବା ବେଳେ ବଡୁ ନିଯୋଗ ଦ୍ୱାରା ନିର୍ମାଣାଧୀନ ଦୋକାନ ଘରକୁ ସମ୍ପୂର୍ଣ୍ଣ କରିବାକୁ କେମିତି ହାଇକୋର୍ଟରୁ ଅନୁମତି ମିଳିଲା ବୋଲି ପ୍ରଶ୍ନ କରିଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ।

ପୂର୍ବରୁ ଏହାକୁ ଅନ୍ୟ ନିଯୋଗ ଚ୍ୟାଲେଂଜ କରିବା ଫଳରେ ଦୋକାନ ଘର ନିର୍ମାଣ କାମ ବନ୍ଦ ରହିଥିଲା । ହେଲେ ହାଇକୋର୍ଟରୁ କିଭଳି ପୁଣି କାମ ଚାଲୁ ପାଇଁ ବଡ଼ୁ ନିଯୋଗ ଅଦେଶ ପାଇଲା ବୋଲି ପ୍ରଶ୍ନ ଉଠାଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଗତକାଲିଠାରୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନ ନିଦାବିଷ୍ଣୁ ସାଜିଥିବାବେଳେ ଅସନ୍ତୋଷ ଭକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ