Masthead

ପ୍ରତିଷ୍ଠା ଉତ୍ସବରେ ଏକ ଲକ୍ଷ ‘ଶ୍ରୀବରୀ ଲଡୁ’ ବଣ୍ଟନ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ତାରିଖ । ଯେଉଁ ମୁହୂର୍ତ୍ତକୁ ରାମ ଭକ୍ତମାନେ ବର୍ଷ ବର୍ଷ ଧରି ଅପେକ୍ଷା କରିଥିଲେ, ତାହା ଏବେ ଆସି ପହଞ୍ଚିଛି। ଅଯୋଧ୍ୟାରେ ରାମଙ୍କ ମନ୍ଦିର ପ୍ରସ୍ତୁତ ହୋଇସାରିଛି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ମଧ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଜାରି ରହିବ । କାରଣ ଏହି ମନ୍ଦିର ତିନି ମହଲା ବିଶିଷ୍ଟ ହେବ, ଯାହାର ପ୍ରଥମ ମହଲା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି ।

ତେବେ ପ୍ରାଣ ପ୍ରତିଷ୍ଠା ଦିନ ଆସିଥିବା ଭକ୍ତଙ୍କୁ ବଣ୍ଟା ଯିବ ଏକ ଲକ୍ଷ ଲଡ଼ୁ । ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁ ଥିବା ଅତିଥି ଓ ଶ୍ରଦ୍ଧାଳୁମାନଙ୍କୁ ବଣ୍ଟାଯିବ ତିରୁପତିର ପ୍ରସିଦ୍ଧ ‘ଶ୍ରୀବରୀ ଲଡୁ’। ତିରୁପତି ସ୍ଥିତ ବିଶ୍ୱ ପ୍ରସିଦ୍ଧ ଭେଙ୍କଟେଶ୍ୱର ମନ୍ଦିରକୁ ପରିଚାଳନା କରୁଥିବା ତିରୁମାଲା ତିରୁପତି ଦେବସ୍ଥାନମ ପକ୍ଷରୁ ଏହି ଘୋଷଣା କରାଯାଇଛି। ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଏକ ଲକ୍ଷ ‘ଶ୍ରୀବରୀ ଲଡୁ’ ବଣ୍ଟନ କରିବାକୁ ନିଷ୍ପତ୍ତି ହୋଇଥିବା ଟିଟିଡି ପକ୍ଷରୁ କୁହାଯାଇଛି।

ଏକ ସାମ୍ବାଦିକ ସମ୍ମିଳନୀରେ ଟିଟିଡିର କାର୍ଯ୍ୟନିର୍ବାହୀ ଅଧିକାରୀ ଏଭି ଧର୍ମା ରେଡ୍ଡୀ କହିଛନ୍ତି, ଭିଭିଆଇପି ଓ ଶ୍ରଦ୍ଧାଳୁମାନଙ୍କୁ ୧ ଲକ୍ଷ ଲଡୁ ବଣ୍ଟାଯିବ। ପ୍ରତ୍ୟେକ ଲଡୁର ଓଜନ ୨୫ ଗ୍ରାମ ରହିବ। ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଏକ ଐତିହାସିକ ମୁହୂର୍ତ୍ତ ହେବ। ଟିଟିଡିର ମୂଳ ଲକ୍ଷ୍ୟ ହେଉଛି ହିନ୍ଦୁ ଧର୍ମ, ସଂସ୍କୃତି ଓ ମୂଲ୍ୟବୋଧର ପ୍ରଚାର କରିବା। ତେଣୁ ରାମ ଜନ୍ମଭୂମି ପୂଜାରେ ଯୋଗଦେବାର ସୁଯୋଗ ପାଇବା ଆମ ପାଇଁ ଏକ ସମ୍ମାନ କଥା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା