Masthead

ଅସୁରକ୍ଷିତ ଜିଲ୍ଲାପାଳଙ୍କ ଅଫିସ୍

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପଶି ଚୋରି କରିବାକୁ ବି ଭୟ କଲେ ନାହିଁ । ସୁରକ୍ଷା ବଳୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଥିଲେ ମଧ୍ୟ ତାଲା ଭାଙ୍ଗି ଚୋରି କଲେ ଦୁର୍ବୃତ୍ତ । ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଗ୍ରୀଲ ଆଉ ତାଲା ଭାଙ୍ଗି ୪ ଟି ମନିଟର, ଦୁଇଟି ସିପିୟୁ ସହ ଗୋଟିଏ ପ୍ରିଣ୍ଟର ଚୋରି କରି ନେଇଯାଇଛନ୍ତି ଦୁର୍ବୃତ୍ତ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତଳ ମହଲାରେ ଥିବା ନିର୍ବାଚନ ଉପ ବିଭାଗ କକ୍ଷ ଏବଂ ଡେପୁଟି କଲେକ୍ଟରଙ୍କ କକ୍ଷରୁ ହେଇଛି ଚୋରି ।

ରବିବାର କାର୍ଯ୍ୟାଳୟ ଛୁଟି ଥିବା ବେଳେ ଆଜି ସକାଳୁ କର୍ମଚାରୀମାନେ ଭିତରକୁ ଯିବା ବେଳେ ତାଲା ଭାଙ୍ଗିଥିବା ସହ ତାଲା ତଳେ ପଡିଥିବା ଦେଖି ତୁରନ୍ତ ନବରଙ୍ଗପୁର ଟାଉନ ଥାନାକୁ ସୂଚନା ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଯେଉଁଠି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅସୁରକ୍ଷିତ ତେବେ ସାଧାରଣ ଲୋକଙ୍କ ଧନ ଜୀବନ କେତେ ସୁରକ୍ଷିତ ବୋଲି ଏବେ ସାଧାରଣରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା