Masthead

ଦୀପାବଳି ଶୁଭେଚ୍ଛା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଆଲେକର ପର୍ବ ଦୀପାବଳି । କରୋନା କଟକଣା ମଧ୍ୟରେ ଆଜି ସାରା ଦେଶରେ ପାଳନ ହେଉଛି ଏହି ପର୍ବ । ଦୀପାବଳି ସହ ଦେଶର ସଂସ୍କୃତି, ପରମ୍ପରା, ଐତିହ୍ୟ ଯୋଡ଼ି ହୋଇରହିଛି । କିନ୍ତୁ ଚଳିତ ବର୍ଷ ଆନନ୍ଦ ଉଲ୍ଲାସରେ ଫିକା ପକାଇ ଦେଇଛି ମହାମାରୀ କରୋନା । ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟରେ ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି । ଏଥି ପାଇଁ ବାଣ ବଜାର ବିଶେଷ ପ୍ରଭାବିତ ହୋଇଛି । ଏପଟେ ବଜାରରେ ଦୀପ, ଧୂପ, ମହମବତି ଓ ଇଲେକ୍ଟ୍ରି ଆଲେକ କିଣିବା ପାଇଁ ବଜାରରେ ଭିଡ଼ ଦେଖିବାକୁ ମିଳୁଛି ।
ପ୍ରଭୁ ଶ୍ରୀରାମଙ୍କ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନକୁ ନେଇ କାହିଁ କେତେ କାଳରୁୁ ପାଳିତ ହୋଇଆସୁଛି ଏହି ପର୍ବ । ଆତସବାଜି ଓ ଆଲୋକମାଳାରେ ଘରକୁ ସଜାଇ ଏହି ପର୍ବକୁ ଧୁମଧାମର ସହ ପାଳନ କରିଥାନ୍ତି ପ୍ରତ୍ୟେକ ଭାରତୀୟ । ପିଠାମିଠାରେ ମହକି ଉଠେ ଘର ଘର । ପରସ୍ପରକୁ ମିଠା ଖୁଆଇ ଆନନ୍ଦର ସହ ଏହି ପର୍ବକୁ ପାଳନ କରିବାର ପରମ୍ପରା ରହିଛି ।

ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ଏହାସହ ସେ ନାଗରିକଙ୍କୁ ସମାଜର ଗରିବ, ବେସାହାରା, ଅସହାୟଙ୍କ ସମୃଦ୍ଧି କିରଣ ହେବା ପାଇଁ ସଂକଳ୍ପ ନେବାକୁ ଆହ୍ୱାନ କହିଛନ୍ତି ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ୱିଟ୍ କରି ଶୁଭକାମନା ଜଣାଇଛନ୍ତି । ଏହି ଉତ୍ସବ ଅଧିକ ଉଜ୍ଜ୍ୱଳ ହେଉ ବୋଲି ମୋଦି ଟ୍ୱିଟ କରିଛନ୍ତି । ଏହା ସହ ଜନ ସାଧାରଣଙ୍କ ସମୃଦ୍ଧି ଓ ସୁସ୍ଥ ନିରାମୟ ଜୀବନ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି । ବିକାଶର ଆଲୋକରେ ସମସ୍ତଙ୍କ ଜୀବନକୁ ଉଦ୍ଭାସିତ କରିବା ସହ ଓଡ଼ିଶାର ଗୌରବକୁ ନୂଆ ଶିଖରରେ ପହଞ୍ଚାଇବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ନବୀନ ଆହ୍ୱାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?