ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଡି.କେ. ଶିବକୁମାର

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ରାଜନୀତିରେ ଆଜି ଏକ ବଡ଼ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । କଂଗ୍ରେସର ସଂକଟମୋଚକ କୁହାଯାଉଥିବା ବରିଷ୍ଠ ନେତା ଡି.କେ. ଶିବକୁମାର ବୁଧବାର କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆଜି ଅପରାହ୍ନ ୪ଟାରେ ସ୍ଥାନୀୟ ଲୋକଭବନଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ଥାଭର ଚନ୍ଦ ଗେହଲଟ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।

କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶକ୍ରମେ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେବା ପରେ ଶିବକୁମାର ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା । ଗତ ଶନିବାର ଦିନ ତାଙ୍କୁ ଆନୁଷ୍ଠାନିକ ଭାବେ କଂଗ୍ରେସ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିଲା । ବୁଧବାର ମୁଖ୍ୟମନ୍ତ୍ରୀ ଶିବକୁମାରଙ୍କ ସହ ପ୍ରାୟ ୧୦ରୁ ୧୨ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ପଦର ଶପଥ ନେଇପାରନ୍ତି । ତେବେ ଏହି ମାସରେ ହେବାକୁ ଥିବା ରାଜ୍ୟସଭା ଏବଂ ବିଧାନ ପରିଷଦ ନିର୍ବାଚନ ପରେ ମନ୍ତ୍ରୀମଣ୍ଡଳର ପୂର୍ଣ୍ଣାଙ୍ଗ ସମ୍ପ୍ରସାରଣ କରାଯିବ ।

ଏହା ପୂର୍ବରୁ ଗତକାଲି ଦିଲ୍ଲୀରେ ମନ୍ତ୍ରୀମଣ୍ଡଳ ଗଠନକୁ ନେଇ କଂଗ୍ରେସ ହାଇକମାଣ୍ଡଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସମୀକ୍ଷା ବୈଠକରେ ଡି.କେ. ଶିବକୁମାରଙ୍କ ସହ ସିଦ୍ଧାରାମୈୟା ମଧ୍ୟ ସାମିଲ ଥିଲେ । ଉଭୟ ନେତା ଦଳୀୟ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ରାହୁଲ ଗାନ୍ଧୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିବା ପରେ, ସଂଗଠନ ମହାସଚିବ କେ.ସି. ବେଣୁଗୋପାଳ ଏବଂ କର୍ଣ୍ଣାଟକ ପ୍ରଭାରୀ ରଣଦୀପ ସୁରଜେୱାଲାଙ୍କ ସହ ମଧ୍ୟ ପୃଥକ ଭାବେ ରଣନୀତି ପ୍ରସ୍ତୁତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!