Masthead

ତାମିଲନାଡୁରେ ଡିଏମକେ-କଂଗ୍ରେସ ମେଣ୍ଟ

୨୦୧୯ ଫର୍ମୁଲା ପୁନରାବୃତ୍ତି କଲା ଡିଏମକେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାମିଲନାଡୁରେ ଡିଏମକେ-କଂଗ୍ରେସ ମେଣ୍ଟ । ଆସନ୍ତା ଲୋକସଭା ନିର୍ବାଚନରେ କଂଗ୍ରେସ ଓ ଡିଏମକେ ଭିତରେ ହୋଇଛି ମେଣ୍ଟ । ତାମିଲନାଡୁର ୪୦ଟି ଆସନରେ ସିଟ୍ ଭାଗବଣ୍ଟାକୁ ନେଇ ସହମତି ହୋଇଛି । ୪୦ଟି ଆସନରୁ ୯ଟିରେ ପ୍ରାର୍ଥୀ ଦେବ କଂଗ୍ରେସ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଡିଏମକେ ସହଯୋଗୀ କଂଗ୍ରେସ ସହ ସିଟ ଶେୟାରିଂ ଫର୍ମୁଲାକୁ ଚୂଡ଼ାନ୍ତ କରିଛି। ତାମିଲନାଡୁର ୯ଟି ଲୋକସଭା ଆସନ ଓ ପୁଡୁଚେରୀର ଗୋଟିଏ ଆସନ ଦଳ କଂଗ୍ରେସ ପାଇଁ ଛାଡ଼ିଛି।

୨୦୧୯ରେ ମଧ୍ୟ ଡିଏମକେ ସମାନ ରଣନୀତି ଆପଣାଇ ବିଜୟୀ ହୋଇଥିଲା। ୨୦୧୯ରେ କଂଗ୍ରେସ ତାମିଲନାଡୁ ଓ ପୁଡୁଚେରୀରେ ୧୦ଟି ଆସନରେ ପ୍ରାର୍ଥୀ ଦେଇ ୯ଟିରେ ଜିତିଥିଲା। ତାମିଲନାଡୁରେ ମୋଟ ଲୋକସଭା ଆସନ ସଂଖ୍ୟା ହେଉଛି ୩୯। ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏମକେ ଷ୍ଟାଲିନ, ତାମିଲନାଡୁ କଂଗ୍ରେସ ମୁଖ୍ୟ କେ ସେଲଭାପେରୁନଥାଗାଇ, କେସି ଭେନୁଗୋପାଲ ଓ ଅଜୟ କୁମାର ଏକାଠି ବସି ସିଟ୍‌ ଶେୟାରିଂ ଫର୍ମୁଲାକୁ ଚୂଡ଼ାନ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ