Masthead

କରୋନା ନେଲା ଡାକ୍ତରଙ୍କ ଜୀବନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ମହାମାରୀରେ ପ୍ରତିଦିନ ଗଡୁଛି ମୁଣ୍ଡ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି କରୋନା ଯୋଦ୍ଧା କେହି ବି ବାଦ ପଡୁନାହାନ୍ତି ମହାମାରୀ କବଳରୁ । ଅନୁଗୁଳ ଜିଲ୍ଲାରୁ ଆସିଛି ଏମିତି ଏକ ଦୁଃଖଦ ଖବର । କରୋନାରେ ଆକ୍ରାନ୍ତଥିବା ଜଣେ ଡାକ୍ତରଙ୍କ ମୃତ୍ୟୁ ହୋଇଛି । ମୃତ ଡାକ୍ତର ହେଲେ ଶ୍ୟାମପ୍ରସାଦ ଦାଶ । ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲାରେ । ସେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀ ଓ ପ୍ରସୂତି ବିଭାଗ ବିଶେଷଜ୍ଞ ଥିଲେ ।

ସପ୍ତାହେ ତଳେ କରୋନାରେ ଆକ୍ରାନ୍ତ ହୋଇ ସେ ହୋମ୍ ଆଇସୋଲେସନରେ ଥିଲେ । ଶନିବାର ସେ ଗରୁତର ହେବାରୁ ତାଙ୍କୁ ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିଲା । ମାତ୍ର ଅଧାବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆଣିବା ପରେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ । ଦୁଇଦିନ ମଧ୍ୟରେ ଜିଲ୍ଲାରେ ଦୁଇଜଣ କରୋନା ଯୋଦ୍ଧାଙ୍କ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ