Masthead

ଆଜି ସାରା ଦେଶରେ ଓପିଡି ସେବା ବନ୍ଦ ପାଇଁ ଚେତାବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ଫେଡେରେସନ ଅଫ ଅଲ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ଘରୋଇ, ଆବାସିକ ହସ୍ପିଟାଲର ଶହଶହ ଡାକ୍ତର କାମ ଛାଡି ଧାରଣାରେ ବସିଛନ୍ତି ।ସମସ୍ତ ମେଡିକାଲରେ ଓପିଡି ସେବା ବନ୍ଦ ରଖିବାକୁ ଡାକରା ଦେଇଛି ଫେଡେରେସନ ।ଶହଶହ ଡାକ୍ତର ଆନ୍ଦୋଳନରେ ବସିଥିବାରୁ ଚିକିତ୍ସାସେବା ବାଧାପ୍ରାପ୍ତ ହୋଇଛି । ଫେଡେରେସନ ଅଫ ଅଲ ଇଣ୍ଡିଆ ରେସିଡେଣ୍ଟ ଡକ୍ଟର ଆସୋସିଏସନ ସହ ସରକାରୀ ହସ୍ପିଟାଲ,ଏମ୍ସ ରେସିଡେଣ୍ଟ ଡାକ୍ତରମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସେପଟେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଛି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ ।

ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଆଉଏମଏ । ଏହାସହ ଦୋଷୀ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି ହୋଇଛି । କେଉଁ ସ୍ଥିତିରେ ଏଭଳି ଅପରାଧ ଘଟିଲା ତାହାର ଆମୂଳଚୂଳ ତଦନ୍ତ ସହ କାର୍ଯ୍ୟକ୍ଷେତ୍ରରେ ଡାକ୍ତରମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଇଣ୍ଡିଆନ ମେଡିକାଲ ଆସୋସିଏସନ ଦାବି କରିଛି । ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରୁଛନ୍ତି । ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି ଘଟଣାର ଖୋଳତାଡ ଚଳାଇଛି। ଅପରପକ୍ଷେ ଘଟଣାର ସିବିଆଇ ତଦନ୍ତ ଦାବି ଉଠୁଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ପୁଲିସ ତଦନ୍ତରେ ବିଫଳ ହେଲେ ମାମଲା ସିବିଆଇକୁ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି