Masthead

ICUରେ ଭର୍ତ୍ତି ହେଲେ କୁଖ୍ୟାତ ଡନ୍ ମୁଖ୍‌ତାର ଅନସାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲ୍‌ରେ ସ୍ଲୋ ପଏଜନ ଦିଆଯାଉଥିବା ନେଇ ବାରମ୍ବାର ଅଭିଯୋଗ କରୁଥିବା ସମାଜବାଦୀ ପାର୍ଟିର ପୂର୍ବତନ ବିଧାୟକ ତଥା କୁଖ୍ୟାତ ମାଫିଆ ଡନ୍‌ ମୁଖତାର ଅନସାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡ଼ିଛି। ତାଙ୍କୁ ଲକ୍ଷ୍ନୌସ୍ଥିତ ମେଡିକାଲ କଲେଜରେ ଆଇସିୟୁରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ବାନ୍ଦା ସ୍ଥିତ ହସ୍ପିଟାଲ ଆଇସିୟୁରେରେ ତାଙ୍କର ଚିକିତ୍ସା ଚାଲିଛି । ଏନେଇ ହସ୍ପିଟାଲ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । କିଛି ଦିନ ପୂର୍ବରୁ ମୁଖ୍‌ତାର ଅନସାରୀ ନିଜ ଜୀବନ ପ୍ରତି ବିପଦ ଥିବା କହିଥିଲେ ।

ତାଙ୍କୁ କେହି ବିଷ ଦେଇ ମାରିବାର ଷଡ଼ଯନ୍ତ୍ର କରୁଛି ବୋଲି କୋର୍ଟରେ କହିଥିଲେ । ସୂଚନାରୁ ପ୍ରକାଶ ମୁଖ୍‌ତାର ଅନସାରୀଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାକୁ ନେଇ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଜେଲ ପ୍ରଶାସନ ଚୁପ୍ ଅଛନ୍ତି । ତେବେ ନିକଟରେ ମୁଖ୍‌ତାରଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବହେଳା ଯୋଗୁଁ ଜଣେ ଜେଲର ଏବଂ ୨ ଡେପୁଟି ଜେଲରଙ୍କୁ ସସପେଣ୍ଡ୍ କରାଯାଇଥିଲା । ଅପରପକ୍ଷରେ ମୁଖ୍‌ତାର ଅନମସାରୀ କୋର୍ଟରେ ଏକ ଆବେଦନ କରିଥିଲେ ଯେ ମାର୍ଚ୍ଚ ୧୯ରେ ତାଙ୍କୁ ବିଷାକ୍ତ ଖାଦ୍ୟ ଦିଆଯାଇଥିଲା । ଏହା ପରଠାରୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି