Masthead

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ରେଡକ୍ରସ ପାଣ୍ଠିକୁ ଦାନ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଗରିବ, ଅସହାୟ, ଦିବ୍ୟାଙ୍ଗ ଲୋକଙ୍କ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ, ଦୁର୍ଘଟଣାଗ୍ରସ୍ତ ସମୟରେ ତୁରନ୍ତ ଲୋକମାନଙ୍କର ଜରୁରୀ କାଳୀନ ସେବା ଯୋଗାଇଦେବା ପାଇଁ ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥାଏ । କହିବାକୁ ଗଲେ ଜରୁରୀକାଳୀନ ପରିସ୍ଥିତିରେ ସମାଜ ସେବା ରେ ସିଧାସଳଖ ରେଡ଼କ୍ରସ ପାଣ୍ଠି ଲୋକଙ୍କ କାମରେ ଲାଗିଥାଏ।

ଆଉ ଲୋକଙ୍କ ମଙ୍ଗଳ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଜିଲ୍ଲା ରେଡକ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦୁଇ ଲକ୍ଷ କୋଡ଼ିଏ ହଜାର ଟଙ୍କାର ଚେକ୍ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କୁ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ରେଶମ ଲାଲ ନାୟକ, କନିଷ୍ଠ ରେଡକ୍ରସ ସମ୍ପାଦକ ପ୍ରଭାତ ପଟ୍ଟନାୟକ, ବି କମଳାକାନ୍ତ ରାଉତ, ପ୍ରକାଶିନୀ ଚୌଧୁରୀ, ଅନିନ୍ଦିତା ନନ୍ଦ, ତପସ୍ଵିନୀ ବେହେରା, ଅତିରିକ୍ତ ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ ନାରାୟଣ ପାଇକରାୟ , ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଜରୁରୀ କାଳୀନ ବିଭାଗର ବରିଷ୍ଠ ସହାୟକ ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ସମାଜର ଅତ୍ୟାବଶ୍ୟକୀୟ ସେବାରେ ଲାଗିବା ପାଇଁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦୁଇ ଲକ୍ଷ କୋଡ଼ିଏ ହଜାର ଟଙ୍କା ଦାନ କରିଥିବାରୁ ନବରଙ୍ଗପୁର ଜିଲ୍ଲା ଶିକ୍ଷା ବିଭାଗକୁ ଜିଲ୍ଲାପାଳ ଡଃ ମିଶ୍ର ଧନ୍ୟବାଦ ଜଣାଇଥିଲେ। ଏହି ଅବସରେ ଜରୁରୀକାଳୀନ ପରିସ୍ଥିତିରେ ସମାଜର ଲୋକଙ୍କ ହିତରେ ରେଡ଼କ୍ରସ ପାଣ୍ଠି ଖର୍ଚ୍ଚ ହେଉଥିବାରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ବିଭିନ୍ନ ଅନୁଷ୍ଠାନ ବଦାନ୍ୟ ବ୍ୟକ୍ତି ବିଶେଷ ମୁକ୍ତ ହସ୍ତରେ ଦାନ କରିବା ପାଇଁ ଜିଲ୍ଲାପାଳ ଡ. ମିଶ୍ର ଆହ୍ଵାନ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ