Masthead

ମାନିଲେନି ଗାଇଡଲାଇନ୍, ଗଣିଲେ ତଣ୍ଡ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକଡାଉନ୍ କଟକଣାକୁ କଡାକଡି କରାଯାଇଛି । ରାଜ୍ୟର ସମସ୍ତ ଦୋକାନ ବଜାର ବନ୍ଦ ରହୁଛି । ଆବଶ୍ୟକୀୟ ସାମଗ୍ରୀ କିଣିବା ପାଇଁ କେବଳ ସକାଳ ୧୧ଟା ଯାଏଁ ଦୋକାନ ଖୋଲା ରହୁଛି । ଅନ୍ୟପଟେ କରୋନା ସଂକ୍ରମଣ ଥମୁ ନଥିବା ବେଳେ ଅନେକ ଅମାନିଆ କଟକଣା ମାନୁ ନାହାଁନ୍ତି । ପୋଲିସ ପ୍ରଶାସନର ଆଖିରେ ଆଙ୍ଗୁଠି ଗେଞ୍ଜି ଲୁଚିଛପି ବେପାର କରୁଛନ୍ତି ।

ତେବେ ଆଜି ଏପରି ଜଣେ ଅମାନିଆଙ୍କ ଦୋକାନକୁ ସିଲ୍ କରିଛି କମିଶନରେଟ୍ ପୋଲିସ । ରାଜଧାନୀର ଝାରପଡା ଛକରେ ଥିବା ସଗୁନ ଲୁଗା ଦୋକାନରେ ପୋଲିସ ଚଢଉ କରିଥିଲା। ଏହି ଦୋକାନୀ କୋଭିଡ୍ ଗାଇଡଲାଇନକୁ ଖାତିର ନକରି ବୋପାର କରୁଥିବା ପୋଲିସକୁ ସୂଚନା ମିଳିଥିଲା । କୋଭିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି । ଦୋକାନ ମାଲିକଙ୍କ ସହ ଗ୍ରାହକଙ୍କୁ ଅଟକ ରଖି ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ