ବିଜେଡି ଛାଡି ବିଜେପିରେ ମିଶିବେ ଅନେକ ବଡ଼ ନେତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ବିଜେପିରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ ବିଜେଡି ନେତା ବିଜେପିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ବିଜେପିର ବଳକା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ତୋମାର କହିଛନ୍ତି। ଏଥର ବିଜୟ ପାଲ ସିଂ ତୋମାର ଡବଲ୍‌ ଇଞ୍ଜିନ୍‌ ସରକାର ଗଠନ ହେବ ବୋଲି କହିଛନ୍ତି ।

ସେପଟେ ତିନି ଦଳର କେତେ ଟିକେଟ୍ ଆହୁରି ଘୋଷଣା ହେବାକୁ ବାକି ରହିଛି । ବିଜେପି ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୧୩୩ ବିଧାନସଭାରେ ନିଜ ଯୋଦ୍ଧାଙ୍କ ନାଁ ଘୋଷଣା ହୋଇଛି । ଏବେ ବି ବିଜେପିର ୧୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି । ସବୁଠୁ ପଛରେ ରହିଛି କଂଗ୍ରେସ । ଏବେ ବି ୨୧ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିନି । ବିଜେଡି ୧୨୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ଆହୁରି ୨୧ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’