Masthead

ସରପଞ୍ଚଙ୍କ ସ୍ୱାମୀ, ଶ୍ୱଶୁରଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଗୁଣପୁର (ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ ନେଇ ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ନିର୍ମମ ହତ୍ୟା । ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ୱାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗାଁ ଦାଣ୍ଡରେ ବାପ-ପୁଅ ଦୁଇ ଜଣଙ୍କ ମୃତଦେହ ପଡ଼ିଥିବାବେଳେ ପଦ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁଣପୁର ଏସ୍‌ଡିପିଓଙ୍କ ସମେତ ପୋଲିସ ଫୋର୍ସ ଗ୍ରାମରେ ପହଞ୍ଚିଛନ୍ତି। ଗତକାଲି କିଛି ଦୁର୍ବୃତ୍ତ ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ଆକ୍ରମଣ କରିଥିଲେ।

ଜମିଜମା ବିବାଦକୁ କେନ୍ଦ୍ର କରି ଉଭୟପକ୍ଷ ମଧ୍ୟରେ କିଛି ଦିନ ହେଲା ବିବାଦ ଲାଗି ରହିଥିଲା। ଏଥିପାଇଁ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ହତ୍ୟା ଘଟଣା ପରେ ଗ୍ରାମରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଉତ୍ତେଜନାମୂଳକ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୋଲିସ ସବୁ ଦିଗ ଉପରେ ନଜର ରଖିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା