ସରପଞ୍ଚଙ୍କ ସ୍ୱାମୀ, ଶ୍ୱଶୁରଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଗୁଣପୁର (ବଡ଼ ଖବର ବ୍ୟୁରୋ): ଜମିବାଡ଼ି ବିବାଦକୁ ନେଇ ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ନିର୍ମମ ହତ୍ୟା । ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ୱାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗାଁ ଦାଣ୍ଡରେ ବାପ-ପୁଅ ଦୁଇ ଜଣଙ୍କ ମୃତଦେହ ପଡ଼ିଥିବାବେଳେ ପଦ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁଣପୁର ଏସ୍‌ଡିପିଓଙ୍କ ସମେତ ପୋଲିସ ଫୋର୍ସ ଗ୍ରାମରେ ପହଞ୍ଚିଛନ୍ତି। ଗତକାଲି କିଛି ଦୁର୍ବୃତ୍ତ ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ଆକ୍ରମଣ କରିଥିଲେ।

ଜମିଜମା ବିବାଦକୁ କେନ୍ଦ୍ର କରି ଉଭୟପକ୍ଷ ମଧ୍ୟରେ କିଛି ଦିନ ହେଲା ବିବାଦ ଲାଗି ରହିଥିଲା। ଏଥିପାଇଁ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ହତ୍ୟା ଘଟଣା ପରେ ଗ୍ରାମରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଉତ୍ତେଜନାମୂଳକ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୋଲିସ ସବୁ ଦିଗ ଉପରେ ନଜର ରଖିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ