ଯୌତୁକ ଜୁଇରେ ଜଳିଲେ ବଧୂ

ଅସ୍ତରଙ୍ଗ, (ବଡ଼ ଖବର ବ୍ୟୁରୋ): ଯୌତୁକ ଜୁଇରେ ଜଳିଲେ ବଧୂ । ଅସ୍ତରଙ୍ଗ ସାମୁଦ୍ରିକ ଥାନା ମଧୁପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ରୀତା ବେହେରାଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ମାରିଦେଇଥିବା ଆଭିଯୋଗ କରିଛଛନ୍ତି ମୃତ ରୀତାଙ୍କ ଭାଇ ନିଲୁ ପୃଷ୍ଠି । ଅଭିଯୋଗ ଅନୁଯାୟୀ ୨୦୧୩ମସିହାରେ ନେତପୁର ଗାଁର ବାବୁଲି ପୃଷ୍ଠିଙ୍କ ଝିଅ ରୀତା ମଧୁପୁର ଗାଁର ରଂଜିତ ବେହେରାଙ୍କୁ ବିବାହ କରିଥିଲେ । ବିବାହ ବେଳେ ବର ପକ୍ଷର ଦାବି ମୁତାବକ ୧ଲକ୍ଷ ଟଙ୍କା ଓ ସୁନା ଗହଣା ଦେଇଥିଲେ ରୀତାଙ୍କ ପରିବାର ଲୋକେ । ପରେ ଶଶୁର ଘର ପକ୍ଷରୁ ଆହୁରି ୫୦ହଜାର ଟଙ୍କା ଦାବି କରାଯାଇଥିଲା । ଟଙ୍କ ଦେଇନପାରିବାରୁ ସ୍ୱାମୀ, ଶାଶୁ ଓ ନଣନ୍ଦ ମିଶି ରୀତାଙ୍କୁ ନିର୍ଯାତନା ଦେବା ସହ ଜୀବନରୁ ମାରିଦେବା ପାଇଁ ଧମକ ଦେଇଥିଲେ । ଗତକାଲି ସନ୍ଧ୍ୟାରେ ସ୍ୱାମୀ, ଶାଶୁ ଓ ନଣନ୍ଦ ମିଶି ରୀତାଙ୍କୁ ମାରିଦେଇଛନ୍ତି । ଅସ୍ତରଙ୍ଗ ସାମୁଦ୍ରିକ ଥାନାରେ ଅଭିଯୋଗ ହେବାପରେ ପୋଲିସ ମୃତ ରୀତାଙ୍କ ସ୍ୱାମୀଙ୍କୁ ଅଟକ ରଖି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’