Masthead

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚିଦାନନ୍ଦ ଦାସ

ଯାଜପୁର (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚିଦାନନ୍ଦ ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ସଚ୍ଚି ଦାସ । ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି ।

୪୦୦ରୁ ଅଧିକ ଯାତ୍ରା ଓ ନାଟକ ସେ ନିଜେ ରଚନା କରିଛନ୍ତି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୁରା କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି । ପିତା ଭଗିରଥ ଦାସ ଓ ମାତା ପ୍ରିୟମ୍ବଦା ଦେବୀଙ୍କ ସନ୍ତାନ ସଚ୍ଚି, ୧୯୩୬ ମସିହାରେ ଯାଜପୁର ଜିଲାର ବରୀଠାରେ ଜନ୍ମଗ୍ରହଣ କରିଥିଲେ । ପିତା ଥିଲେ ଜଣେ ସ୍ବାଧୀନତା ସଂଗ୍ରାମୀ । ମାତା ପ୍ରିୟମ୍ବଦା ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଚ୍ଚିଙ୍କର ଅଭିନୟ ଗାଁ ମଞ୍ଚରୁ ଆରମ୍ଭ ହୋଇଥିଲା । ନାଟକର ନାଁ ଥିଲା ଟିପଚିହ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ